୩ରୁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ: ସମସ୍ତ ଓଡ଼ିଆ ଗାଇବେ ବନ୍ଦେ ଉତ୍କଳ ଜନନୀ

ଓଡ଼ିଆ ଭାଷା ଓ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ ।

Debi Prasanna Pattanayak

Debi Prasanna Pattanayak

Ordigital Desk
  • Published: Wednesday, 31 January 2024
  • Updated: 31 January 2024, 10:26 PM IST

Sports

Latest News

ଆସନ୍ତା ୩ ତାରିଖରୁ ଭୁବନେଶ୍ୱରର ଜନତା ମଇଦାନରେ ୩ଦିନିଆ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ହେବ । ଉଦଘାଟନୀ ଉତ୍ସବ ଅବସରରେ ପୂର୍ବାହ୍ନ ସାଢ଼େ ୧୧ଟା ସମୟରେ ରାଜ୍ୟ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନେ ଏକକାଳୀନ ‘ବନ୍ଦେ ଉତ୍କଳ ଜନନ’ ସଙ୍ଗୀତ ଗାନ କରିବେ । ପଂଚାୟତସ୍ତରରେ ସ୍ୱତନ୍ତ୍ର ଗ୍ରାମସଭାର ଆୟୋଜନ ହେବ । ଆଉ ଓଡ଼ିଆ ଭାଷା ଉପରେ ଉଚ୍ଚକୋଟୀର ଗବେଷଣା ପାଇଁ ଜୀବନବ୍ୟାପୀ ସାଧନାର ସ୍ୱୀକୃତି ଭାବେ ବିଶ୍ୱ ଓଡ଼ିଆ ସମ୍ମାନରେ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ରାଜ୍ୟ ସରକାର ୨୦ଲକ୍ଷ ଟଙ୍କା ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିବେ ।

ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ସୂଚନା ଓ ଲୋକସମ୍ପର୍କ ସଚିବ ସଞ୍ଜୟ କୁମାର ସିଂ, ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ସଚିବ ସୁଜାତା ଆର କାର୍ତ୍ତିକେୟନ ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ ଫେବୃୟାରୀ ୩ରୁ ୫ତାରିଖ ମଧ୍ୟରେ ଜନତା ମଇଦାନରେ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ସମ୍ପର୍କରେ ସୂଚନା ଦେଇଥିଲେ । ବିଶ୍ୱସ୍ତରୀୟ ସମ୍ମିଳନୀକୁ ସଫଳ କରିବା ପାଇଁ ବିଭାଗୀୟ ମନ୍ତ୍ରୀ ଶ୍ରୀ ପାତ୍ର ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ ।

Also Read

ବିଭାଗୀୟ ସଚିବ ଶ୍ରୀମତୀ କାର୍ତ୍ତିକେୟନ କହିଥିଲେ ଯେ, ଏହି ସମ୍ମିଳନୀରେ ଅନେକ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବିଦ୍ୱାନ ପଦ୍ମଶ୍ରୀ ପ୍ରଫେସର ହରମାନ କୁଲକେ, ପ୍ରଫେସର ଉୱେ ସ୍କୋଡ଼ା, ପ୍ରଫେସର ଆର୍ଲୋ ଗ୍ରିଫିଥସ, ପ୍ରଫେସର ଆଣ୍ଟେ ସ୍କିମେଡିଚେନ୍ ଓ ବହୁ ଜାତୀୟସ୍ତରର ବିଦ୍ୱାନ ଅଂଶଗ୍ରହଣ କରିବେ । ଓଡ଼ିଆ ଭାଷା ଓ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ । ଜ୍ଞାନପୀଠ ପୁରସ୍କାର,ପଦ୍ମ ପୁରସ୍କାର,ସାହିତ୍ୟ ଅକାଦେମି, କବୀର ସମ୍ମାନ, ରାଜ୍ୟ ଏକାଡେମୀର ବିଜେତାମାନଙ୍କୁ ମଧ୍ୟ ସମ୍ମାନିତ କରାଯିବ । ଏହି ପ୍ରଦର୍ଶନୀରେ ଓଡ଼ିଆ ଭାଷା ଓ ଲିପିର ଉତ୍ପତ୍ତି ଓ ବିବର୍ତ୍ତନ, ପ୍ରାଚୀନ ପ୍ରସ୍ତର ଅଭିଲେଖ, ତାମ୍ରଫଳକ, ତାଳପତ୍ର ପୋଥି, କଳିଙ୍ଗଶୈଳୀର ମନ୍ଦିର ସ୍ଥାପତ୍ୟ, ଓଡ଼ିଶାର ନୌବାଣିଜ୍ୟ ସମ୍ପର୍କିତ କଳାକୃତିଗୁଡ଼ିକ ସୁଦୃଶ୍ୟ ଚିତ୍ରପଟ୍ଟ ମାଧ୍ୟମରେ ପ୍ରଦର୍ଶିତ ହେବ । ପ୍ରିଣ୍ଟିଂ ପ୍ରେସର ଆଗମନ ଓ ଓଡ଼ିଆ ଭାଷାର ପ୍ରସାରରେ ଏହାର ପ୍ରଭାବ, ସମସାମୟିକ ସମ୍ବାଦପତ୍ର, ପତ୍ରପତ୍ରିକା ଓ ଆଧୁନିକ ଚିନ୍ତାନାୟକମାନଙ୍କର ଭାବଧାରା ପ୍ରଦର୍ଶିତ ହେବ । ଏହି ସମ୍ମିଳନୀ ବୃହତ୍ତର ବିଶ୍ୱଆଡ଼କୁ ଓଡ଼ିଆ ଭାଷାର ପ୍ରଗତିକୁ ପ୍ରମାଣ କରିବ । ଫେବୃୟାରୀ ୪ରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଏକ ବିଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ ।

ସ୍କୁଲ ପିଲା ଓ ଓ ଯୁବମାନଙ୍କ ମଧ୍ୟରେ ପଠନ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ଏକ ମୋବାଇଲ ଲାଇବ୍ରେରୀ, ବସ ଓ ମୋବାଇଲ ବୁକଆର୍ଟ ମାଧ୍ୟମରେ ‘ଆସ ପଢ଼ିବା’ ଏକ ଧାରଣା ପ୍ରଦର୍ଶିତ ହେବ । ସ୍କୁଲ ଓ କଲେଜସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଓ ପ୍ରତିଯୋଗିତା ଆୟୋଜିତ ହୋଇଛି ।

ସମ୍ମିଳନୀ ସହିତ ସହଭାରୀ ହେବା ପାଇଁ ଓଡ଼ିଆ ଭାଷା ଓ ସାହିତ୍ୟିକ କାର୍ଯ୍ୟକଳାପରେ ଆଗ୍ରହୀ ଥିବା ସମସ୍ତ ପଂଚାୟତରେ ଏକ ସ୍ୱତନ୍ତ୍ର ଗ୍ରାମସଭା ଆୟୋଜନ କରାଯାଉଛି । ବ୍ଲକସ୍ତରରେ ଏହି କାର୍ଯ୍ୟକ୍ରମଗୁଡ଼ିକ ପରିଚାଳିତ ହେବ । ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିତ୍ୱ ଓ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିଗୁଡ଼ିକରେ ଶ୍ରଦ୍ଧାଞ୍ଜଳି ଅର୍ପଣ କାର୍ଯ୍ୟକ୍ରମ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଏହି ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ ଆସନ୍ତା ଫେବୃୟାରୀ ୩ତାରିଖରେ ଉଦଘାଟନୀ ଉତ୍ସବ ଅବସରରେ ପୂର୍ବାହ୍ନ ୧୧ଟା ୩୦ମିନିଟରେ ରାଜ୍ୟ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆଙ୍କୁ ଏକକାଳୀନ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story