ଅନୁଗୋଳ: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମହିଳାଙ୍କ ଟଣାଓଟରା

anugul attackଅନୁଗୋଳ: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମହିଳାଙ୍କ ଟଣାଓଟରା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଧୋକୁଟା ପଞ୍ଚାୟତରେ। ଜାତୀୟ ଖାଦ୍ୟ ସୁରକ୍ଷା ଆଇନରୁ ବାଦ୍ ପଡିଥିବା କିଛି ଆବେଦନକାରୀ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିନୋଦ ବିହାରୀ ଖୁଣ୍ଟିଆଙ୍କ ନିକଟକୁ ଅଭିଯୋଗ କରିବାକୁ ଆସିଥିଲେ। ଏହି ସମୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏହାପରେ ଉତ୍ୟକ୍ତ ମହିଳାମାନେ ଅଧିକାରୀଙ୍କୁ ଟଣାଓଟରା କରିବା ସହ ତାଙ୍କ ପୋଷାକ ଚିରି ଦେଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଥିଲା। ତେବେ ପୋଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଥିଲା।