ବାଲେଶ୍ୱର: ଦୁଇ ବାଇକ୍‌ ମୁହାମୁହିଁ, ୬ ଆହତ

ବାଲେଶ୍ୱର: ବାଲେଶ୍ୱର ସଦର ଥାନା ସାହାଦା ଛକରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୬ ଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଆହତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।