ବାଲେଶ୍ୱର: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଲାଇନ୍‌ ମ୍ୟାନ୍‌ ମୃତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅଞ୍ଜି ବଜାରରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଆଜି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଲାଇନ୍‌ ମ୍ୟାନ୍‌ ଦିବାକାର ଜେନା। ଡ୍ରପଆଉଟ୍ ତାର ବାନ୍ଧୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ମୃତକଙ୍କ ପରିବାରକୁ ସରକାରୀ ସାହାଯ୍ୟ ଓ ଗୋପାଳପୁର ବିଦ୍ୟୁତ ଷ୍ଟ୍ରକଚରରେ କାର୍ଯ୍ୟରତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ସ୍ଥାନୀୟ ଲୋକେ ବାଲେଶ୍ୱର-ବାସୁଦେବପୁର […]

baleswar

Rakesh Mallick
  • Published: Tuesday, 03 May 2016
  • , Updated: 04 May 2016, 04:07 AM IST

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅଞ୍ଜି ବଜାରରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଆଜି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଲାଇନ୍‌ ମ୍ୟାନ୍‌ ଦିବାକାର ଜେନା। ଡ୍ରପଆଉଟ୍ ତାର ବାନ୍ଧୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।

ମୃତକଙ୍କ ପରିବାରକୁ ସରକାରୀ ସାହାଯ୍ୟ ଓ ଗୋପାଳପୁର ବିଦ୍ୟୁତ ଷ୍ଟ୍ରକଚରରେ କାର୍ଯ୍ୟରତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ସ୍ଥାନୀୟ ଲୋକେ ବାଲେଶ୍ୱର-ବାସୁଦେବପୁର ରାସ୍ତା ଅବରୋଧ କରିଥିଲେ। ଫଳରେ ଯାନବାହାନ ଚଳାଚଳ ପ୍ରଭାବିତ ହୋଇଥିଲା। ଖନ୍ତାପଡ଼ା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି  ବୁଝାଶୁଝା କରିବା ସହ ତଦନ୍ତ ଆରମ୍ଭ କରିଛି।

Related story