ବରଗଡ଼: ବରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ପ୍ରଥମ ଥର ପାଇଁ କଂପ୍ୟୁଟରାଇଜ୍ ଟିକେଟ୍ ବ୍ୟବସ୍ଥା କରାଯାଇଛି। ଡାକ୍ତରଖାନାକୁ ଆସୁଥିବା ରୋଗୀମାନେ ପ୍ରଥମ ଏହି ବ୍ୟବସ୍ଥା ମାଧ୍ୟମରେ ନିଜ ନାମ ପଞ୍ଜୀକରଣ କରିବେ ଓ ପରେ ଡାକ୍ତରଙ୍କୁ ଭେଟିବେ। ପଞ୍ଜୀକରଣ ବାବଦକୁ ରୋଗୀମାନଙ୍କ ଠାରୁ ୨ ଟ ୫ ଟଙ୍କା ଲେଖାଏଁ ଆଦାୟ କରାଯାଉଛି। ୪ ଦିନ ହେଲା ଡାକ୍ତରଖାନାରେ ଏହି ବ୍ୟବସ୍ଥା ଲାଗୁ କରାଯାଇଥିବା ବେଳେ ରୋଗୀ ଓ ସେମାନଙ୍କ ପରିବାର ଲୋକେ ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନଙ୍କ କଥା ହେଲା ଟିକେଟ୍ ପାଇଁ ଲମ୍ବା ଲାଇନରେ ଛିଡ଼ା ହେବାକୁ ପଡୁଛି। ଟିକେଟ୍ ନେଇ ଆସିବା ବେଳକୁ ଡାକ୍ତର ଚାଲି ଯାଉଛନ୍ତି। ଗୁରୁତର ଅସୁସ୍ଥ ରୋଗୀମାନଙ୍କୁ ମଧ୍ୟ ଟିକେଟ୍ ସଂଗ୍ରହ କରିବାକୁ ପଡୁଥିବାରୁ ସେମାନେ ଭାରି ହଇରାଣ ହେଉଛନ୍ତି।
ଅନ୍ୟପକ୍ଷରେ ଡାକ୍ତରଖାନାର ମ୍ୟାନେଜର କହିଛନ୍ତି ଯେ ଏହା ଦ୍ୱାରା ରୋଗୀମାନଙ୍କ ସଂପର୍କରେ ସବିଶେଷ ତଥ୍ୟ ଜଣାପଡ଼ିବ। ଖୁବଶୀଘ୍ର ଏଭଳି ଆଉ ଏକ କାଉଣ୍ଟର ଖୋଲାଯିବ। ତା’ପରେ ଆଉ ଅସୁବିଧା ହେବ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।