ଭଦ୍ରକ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଭଦ୍ରକ: ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ୍‌ ଅନ୍ତର୍ଗତ ସୋଧ ଗାଁରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଆଜି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ କୁନି କର। ଆଜି ସକାଳେ କୁନି ଘାସ କାଟିବାକୁ ଯାଇଥିବା ବେଳେ ନିକଟରେ ଥିବା ଏକ ବିଦ୍ୟୁତ୍ ଟ୍ରାନ୍ସଫର୍ମରୁ ପକାଯାଇଥିବା  ଜମ୍ପର(ଚୋରା ବିଦ୍ୟୁତ ତାର) ସଂସ୍ପର୍ଶରେ ଆସିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ସୋଧ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।