ଭଦ୍ରକ: ଟ୍ରେନ୍‌ରେ କଟି ଯୁବକ ମୃତ

ଭଦ୍ରକ: ବାଉଦପୁର ରେଳ ଷ୍ଟେସନ ନିକଟରେ ଟ୍ରେନ୍‌ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖବର ପାଇ ରେଳବାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ଡାକ୍ତରଖାନା ପଠାଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ଏନେଇ ରେଳବାଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।