ବୋର୍ଡ଼ା ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ଅନୁକମ୍ପା ଘୋଷଣା

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା-ଖଡିଆଳ ରାସ୍ତାର ବୋର୍ଡ଼ା ନିକଟରେ ଗତକାଲି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ମିନିଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିଲା। ବାହାଘର ଭୋଜି ଖାଇ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ପ୍ରତି ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କାର ସହାୟତା ଓ ଆହତଙ୍କୁ ମାଗଣାରେ ଚିକିତ୍ସା  ସେବା ଯୋଗାଇ ଦେବାକୁ […]

kalahandi-accident

Rakesh Mallick
  • Published: Wednesday, 10 May 2017
  • , Updated: 10 May 2017, 06:19 PM IST

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା-ଖଡିଆଳ ରାସ୍ତାର ବୋର୍ଡ଼ା ନିକଟରେ ଗତକାଲି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ମିନିଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିଲା। ବାହାଘର ଭୋଜି ଖାଇ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ପ୍ରତି ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କାର ସହାୟତା ଓ ଆହତଙ୍କୁ ମାଗଣାରେ ଚିକିତ୍ସା  ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Related story