ଭଦ୍ରକ: ଚରମ୍ପା ମହାବିଦ୍ୟାଳୟର ଯୁକ୍ତ ୩ କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ସିଟ୍ ସଂଖ୍ୟା ବୃଦ୍ଧି ଦାବି କରି ସୋମବାର ଛାତ୍ରଛାତ୍ରୀ ମାନେ ଅନଶନ କରିଥିଲେ। ଛାତ୍ରନେତା ସତ୍ୟ ପ୍ରକାଶ ବିଶ୍ୱାଳଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀମାନେ କଲେଜ ପରିସରରେ ଅନଶନରେ ବସିଥିଲେ। ଦିନ ୧୧ଟାଠାରୁ ଛାତ୍ରଛାତ୍ରୀ ମାନେ ଶ୍ରେଣୀ ବର୍ଜନ କରି ଆନ୍ଦୋଳନରେ ସାମିଲ ହୋଇଥିଲେ। ଅପରାହ୍ନ ସାଢ଼େ ୫ଟାରେ କଲେଜ ଅଧ୍ୟକ୍ଷ ବିପିନ ବିହାରୀ କର, ଆଡଭାଇଜର ପ୍ରଧ୍ୟାପକ ସୌରେଶ ମହାନ୍ତି ପ୍ରମୁଖ ଆନ୍ଦୋଳନରତ ଛାତ୍ରଛାତ୍ରୀଙ୍କୁ ବୁଝାସୁଝା କରିବା ସହ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଦାବି ପୂରଣ ନହେଲେ ୭ ଦିନ ପରେ ଆନ୍ଦୋଳନ କରାଯିବ ବୋଲି ଛାତ୍ରନେତା ବିଶ୍ୱରଞ୍ଜନ ମହାପାତ୍ର ହରେକୃଷ୍ଣ ବଳ, ରାଜେନ୍ଦ୍ର ଦାସ ପ୍ରମୁଖ ଚେତାବନୀ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।