ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ଭାଙ୍ଗାକୁ ନେଇ ଗୁଣପୁର ମହାବିଦ୍ୟାଳୟରେ ଉତ୍ତେଜନା, ଛାତ୍ରଛାତ୍ରୀଙ୍କ ରାସ୍ତାରୋକ

ଗୁଣପୁର: ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବାକୁ ନେଇ  ରାୟଗଡ଼ା ଜିଲ୍ଲା ଗୁଣପୁର ମହାବିଦ୍ୟାଳୟରେ ଛାତ୍ରଛାତ୍ରୀ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଛାତ୍ରଛାତ୍ରୀ ଗୁଣପୁର-ପାରଳାଖେମୁଣ୍ଡି ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହନ ଅଟକି ରହିଛି। ଖବରପାଇ ଗୁଣପୁର ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଛାତ୍ରଛାତ୍ରୀଙ୍କୁ ବୁଝାଶୁଝା କରିଥିଲା। ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଛାତ୍ରଛାତ୍ରୀମାନେ ଦାବି କରିଛନ୍ତି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।