ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୃନ୍ଦାବନ ତ୍ରିପାଠୀଙ୍କ ତୈଳଚିତ୍ର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଚିବାଳୟରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ବୃନ୍ଦାବନ ତ୍ରିପାଠୀଙ୍କର ତୈଳଚିତ୍ର ଉନ୍ମୋଚନ କରି ତାଙ୍କର ଜନ୍ମ ଶତବାର୍ଷିକୀ ସମାରୋହର ଶୁଭାରମ୍ଭ କରିଛନ୍ତି। ସ୍ୱର୍ଗତ ତ୍ରିପାଠୀ ଯାଜପୁର ଜିଲ୍ଲାର ବାଲିପଡିଆଠାରେ ଜନ୍ମ ଗ୍ରହଣ କରିଥିଲେ। ଅବିଭକ୍ତ କଟକ ଜିଲ୍ଲାର ସ୍ୱଧୀନତା ସଂଗ୍ରାମକୁ ଜୋରଦାର କରିବାରେ ତାଙ୍କର ଗୁରତ୍ୱପୂର୍ଣ୍ଣ ଭୂମିକା ରହିଥିଲା।

ଆଜିର ଏହି କାର୍ଯ୍ୟକ୍ରମରେ ବଡଚଣା ବିଧାୟକ ଅମର ଶତପଥୀ, ସ୍ୱର୍ଗତ ବୃନ୍ଦାବନ ତ୍ରିପାଠୀଙ୍କ ପତ୍ନୀ ସରସ୍ୱତୀ ଦେବୀ, ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ, ବିମ୍ବାଧର ମୁଦୁଲି, ନକୁଳ ଦାସ, ଭକ୍ତ ଚରଣ ମଲ୍ଲିକ, ଭିକାରୀ ମହାନ୍ତି ଏବଂ ସ୍ୱାଧୀନତା ସଂଗ୍ରାମୀ କମିଟି ସଭାପତି ଭବାନୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସ୍ୱର୍ଗତ ତ୍ରିପାଠୀଙ୍କ ଜନ୍ମ ଶତବାର୍ଷିକୀ ପାଳନ କାର୍ଯ୍ୟକ୍ରମ ଆଜିଠାରୁ ବର୍ଷସାରା ଜାରି ରହିବ ବୋଲି ବିଧାୟକ ଶତପଥୀ ସୂଚନା ଦେଇଥିଲେ। ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖଦିବସ୍ତ୍ର ଉପହାର ସ୍ୱରୂପ ପ୍ରଦାନ କରିଥିଲେ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’