ସୋର: ବସ୍ ଓଲଟି ୧୦ ଆହତ

ସୋର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଡ଼ା କେନାଲ ବନ୍ଧ ନିକଟରେ ଆଜି ଏକ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣ ମହିଳାଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବସ୍‌ଟି କୁପାରୀରୁ ଭଦ୍ରକ ଯାଉଥିଲା।