ଅନୁସୂଚିତ ଜାତି ଓ ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁସୂଚିତ ଜାତି ଓ ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗର ସମୀକ୍ଷା କରିଛନ୍ତି। ସରକାର ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଥମ ପର୍ଯ୍ୟାୟରେ ୨ ହଜାର ୮୫୦ଟି ହଷ୍ଟେଲ ନିର୍ମାଣ ପାଇଁ ମଞ୍ଜୁରୀ ଦେଇଥିଲେ। ସେ ଭିତରୁ ଏପର୍ଯ୍ୟନ୍ତ ୧ହଜାର ୯୫୪ଟି ହଷ୍ଟେଲ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ତେବେ ବାକି ଥିବା ହଷ୍ଟେଲ ନିର୍ମାଣ କାମ ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଏସସି ଏସଟି ସ୍କୁଲରେ ଖାଲି ପଡିଥିବା ବିଭିନ୍ନ ପଦବୀ ମାର୍ଚ୍ଚ ୩୧ ସୁଦ୍ଧା ପୂରଣ ପାଇଁ ନିଷ୍ପତ୍ତି ହୋଇଛି। ବୈଠକରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ଲାଲବିହାରୀ ହିମିରିକା, କ୍ରୀଡାମନ୍ତ୍ରୀ ସୁଦାମ ମାରାଣ୍ଡି ଓ ମୁଖ୍ୟ ଶାସନ ସଚିବ ପ୍ରମୁଖ ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।