ଜଗତସିଂହପୁର/ବାଲେଶ୍ୱର: ଅତ୍ୟାବଶ୍ୟକ ଖାଉଟୀ ସାମଗ୍ରୀ ଦର ବୃଦ୍ଧି ପ୍ରତିବାଦରେ ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଭିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସରକାର ଦର ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବାରୁ ଇସ୍ତଫା ଦାବି କରାଯାଇଛି। ଏହାସହିତ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦଳ ପକ୍ଷରୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।
ସେହିପରି ବାଲେଶ୍ୱରରେ ମଧ୍ୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ। ଦଳର କର୍ମୀ ଓ ନେତା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ଦରବୃଦ୍ଧି, ସାରଥି ବିବାଦ, ଆଇପିଏସ୍ ସତୀଶ ଗଜଭିୟେଙ୍କ ଜମି ଦୁର୍ନୀତି ଅଭିଯୋଗ ପ୍ରସଙ୍ଗ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଜିଲ୍ଲା କଂଗ୍ରେସର ଉପ ସଭାପତି ସତ୍ୟ ମହାନ୍ତି, ପୂର୍ବତନ ବିଧାୟକ ଦେବୀପ୍ରସନ୍ନ ଚାନ୍ଦ, ବିକ୍ରମ ପଣ୍ଡା ପ୍ରମୁଖ ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।
Accident
ରାତିରେ ଖାଇ ଶୋଇଲେ ଦାଦା,ପୁତୁରା; ସକାଳେ ଚାଲିଗଲା ଜୀବନ
ଉଭୟଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ।
Crime
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ଟି ସ୍ଥାନରେ ଚଢ଼ାଉ
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ଅତିବଡ଼ି ଜଗନ୍ନାଥ ଦାସଙ୍କ ସ୍ମୃତି ପୀଠରେ ଝୁଲୁଛି ତାଲା; ବନ୍ଦ ରହିଛି ଦୈନିକ ପୂଜା ଓ ଭାଗବତ ପାଠ
ଦୀର୍ଘ ବର୍ଷ ଧରି ଅତିବଡ଼ି ଜଗନ୍ନାଥ ଦାସଙ୍କ ଉତ୍ତରାଧିକାରୀ ଭଗବାନ ଦାସ ଏହି ପୀଠରେ ପ୍ରତିଦିନ ଭାଗବତ ପାଠ କରୁଥିଲେ।