ଢେଙ୍କାନାଳ: ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ୧୫ ଆହତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାଉଁରିଆପାଳ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଯାତ୍ରୀବାହି ବସ୍ ଓ ଏକ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଯୋଗୁଁ ଜଣଙ୍କର ମୃତ୍ୟୁ ଘଟିଛି। ୧୫ରୁ ଅଧିକ ବସ୍‌ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବସ୍‌ଟି ଅନୁଗୋଳରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ତେବେ କାଉଁରିଆପାଳ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହିତ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ କ୍ଷତିପୂରଣ ଦାବିରେ […]

dkl-accident

Rakesh Mallick
  • Published: Friday, 01 April 2016
  • , Updated: 01 April 2016, 01:17 PM IST

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାଉଁରିଆପାଳ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଯାତ୍ରୀବାହି ବସ୍ ଓ ଏକ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଯୋଗୁଁ ଜଣଙ୍କର ମୃତ୍ୟୁ ଘଟିଛି। ୧୫ରୁ ଅଧିକ ବସ୍‌ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ବସ୍‌ଟି ଅନୁଗୋଳରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ତେବେ କାଉଁରିଆପାଳ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହିତ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା।

ଦୁର୍ଘଟଣା ପରେ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। ତେବେ ପୋଲିସ୍‌ର ହସ୍ତକ୍ଷେପ କରେ ରାସ୍ତାରୋକ ହଟିଥିଲା।

Related story