ଦୁଇ ଦିନିଆ କନ୍ଧମାଳ ଗସ୍ତରେ ମୁଖ୍ୟ ଶାସନ ସଚିବ, ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ

କନ୍ଧମାଳ: ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଯାଇଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ତଥା କନ୍ଧମାଳ ଜିଲ୍ଲାର ସ୍ୱତନ୍ତ୍ର ରିଲିଫ କମିଶନର ଆଦିତ୍ୟ ପ୍ରସାଦ ପାଢୀ।  ଆଜି ସେ ଖଜୁରୀପଡାରେ ପହଞ୍ଚିବା ପରେ, କନ୍ଧମାଳ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ସାଉଥ କୋ ନିର୍ବାହୀ ଅଧିକାରୀ ପ୍ରମୁଖ ତାଙ୍କୁ ସ୍ୱାଗତ କରିଥିଲେ। ପରେ ଖଜୁରୀପଡା ବ୍ଳକର ବିଦ୍ୟୁତ ସଙ୍କଟ ନିରାକରଣ ପାଇଁ କାର୍ଯ୍ୟକ୍ଷମ ହେବାକୁ ଥିବା ୩୩/୧୧ କେଭି ବିଦ୍ୟୁତ ସବଷ୍ଟ୍ରେସନ ବୁଲି ଦେଖିଥିଲେ। ଦୁଇ ଦିନିଆ ଗସ୍ତ ସମୟରେ ସେ କନ୍ଧମାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହାସହ ସରକାରୀ ଯୋଜନାରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ କରିବା ସହ ଅଗ୍ରଗତି ନେଇ ସମୀକ୍ଷା କରିବେ ‍ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ତଥା କନ୍ଧମାଳ ଜିଲ୍ଲାର ସ୍ୱତନ୍ତ୍ର ରିଲିଫ କମିଶନର ଆଦିତ୍ୟ ପ୍ରସାଦ ପାଢୀ।

ପୂର୍ବରୁ ଗତ ଅେକ୍ଟାବର ୬ ତାରିଖରେ ମଧ୍ୟ ସେ ତିନି ଦିନିଆ କନ୍ଧମାଳ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟମ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’