ଗୁଣପୁର: ରାୟଗଡ଼ା ଜିଲ୍ଲା ଗୁଣପୁର ଆମ୍ୱାବାଡ଼ି ଗାଁ ନିକଟରେ ଆଜି ଏକ ବାଇକ୍ ଓ ମ୍ୟାକ୍ସ ପିକ୍ ଅପ୍ ଭ୍ୟାନ୍ ମଧ୍ୟରେ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ପୁଟାସିଂ ଥାନା ଅନ୍ତର୍ଗତ ମେରିଗ୍ ଗାଁର (ବାଇକ୍ ଆରୋହୀ) ମକର।
ମକର ବ୍ୟବସାୟ ସାରି ବାଇକ୍ରେ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଗୁଣପୁର ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।