ମୟୂରଭଞ୍ଜ: ଯୁବକଙ୍କ ମୃତ୍ୟୁ, ଚିକିତ୍ସାରେ ଅବହେଳା କରି ବାଙ୍ଗିରିପୋଷି ଡାକ୍ତରଖାନାରେ ଭଙ୍ଗାରୁଜା ଓ ରାସ୍ତାରୋକ

ବାରିପଦା: ଚିକିତ୍ସାରେ ଅବହେଳା ଯୋଗୁଁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ଆଜି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଘଟିଛି ତୁମୁଳକାଣ୍ଡ। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାରେ ଭଙ୍ଗାରୁଜା କରିବା ସହିତ ନିକଟସ୍ଥ ଜାତୀୟ ରାଜପଥ ଅବରୋଧ କରିଥିଲେ। ଚିକିତ୍ସା କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଲୋକେ ଦାବି କରିଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲା। ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ […]

baripada

Rakesh Mallick
  • Published: Sunday, 11 October 2015
  • , Updated: 11 October 2015, 07:55 AM IST

ବାରିପଦା: ଚିକିତ୍ସାରେ ଅବହେଳା ଯୋଗୁଁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ଆଜି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଘଟିଛି ତୁମୁଳକାଣ୍ଡ। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାରେ ଭଙ୍ଗାରୁଜା କରିବା ସହିତ ନିକଟସ୍ଥ ଜାତୀୟ ରାଜପଥ ଅବରୋଧ କରିଥିଲେ। ଚିକିତ୍ସା କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଲୋକେ ଦାବି କରିଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲା।

ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଭୁଆଶୁଣି ଗାଁର ଘନଶ୍ୟାମ ମହାନ୍ତ ନାମକ ଜଣେ ଯୁବକ କୌଣସି କାରଣରୁ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବାଙ୍ଗିରିପୋଷି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଡ୍ୟୁଟିରେ ଥିବା ଡାକ୍ତରଙ୍କ ଚିକିତ୍ସାରେ ଡେରି କରିବାରୁ ଘନଶ୍ୟାମଙ୍କ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

Related story