ନବରଙ୍ଗପୁର: କଟକ ଶିଶୁଭବନରେ ଶିଶୁ ମୃତ୍ୟୁ ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟି ଥିବା ବେଳେ ନବରଙ୍ଗପୁରରେ ମଧ୍ୟ ଶିଶୁ ମୃତ୍ୟୁହାର ଉଦବେଗଜନକ ହୋଇଛି । ନବରଙ୍ଗପୁର ଓ ଉମରକୋଟ ଡାକ୍ତରଖାନାରେ ଥିବା ଏସ୍ଏନସିୟୁରେ ଗତ ୩ ମାସରେ ୨୨ ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ଜିଲ୍ଲାରେ ଭିତ୍ତିଭୂମି ଓ କର୍ମଚାରୀ ଅଭାବ, ସଚେତନତାର ଅଭାବ ତଥା ଅନ୍ୟାନ୍ୟ ସୁବିଧା ସୁଯୋଗ ନଥିବା କାରଣରୁ ଶିଶୁ ମୃତ୍ୟୁହାର ବଢ଼ୁଥିବା ସୂଚନା ଦେଇଛନ୍ତି ନବରଙ୍ଗପୁର ଏସ୍ଏନସୟୁର କାର୍ଯ୍ୟରତ ଡାକ୍ତର ଯୁଗଳ ବେହେରା। ଏହି ଏସଏନସିୟୁରେ ମାତ୍ର ୧୨ଟି ବେଡ୍ ଥିବା ବେଳେ ୨୦ରୁ ଅଧିକ ଶିଶୁଙ୍କୁ ଭର୍ତ୍ତି କରାଯାଉଛି। ଡାକ୍ତରଖାନାରେ ଅଳ୍ପ କର୍ମଚାରୀଙ୍କୁ ନେଇ ପରିଚାଳନା କରିବା ଛଡା ଉପାୟ କିଛିନାହିଁ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।