ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଳା ନାଗାଗୁଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସଞ୍ଜିତା ବିଶ୍ୱାସଙ୍କ ଟିପ୍ପର ଧକ୍କାରେ ମୃତ୍ୟୁ ଘଟିଛି। ଆଜି ସକାଳୁ ବାପାଙ୍କ ସହ ସ୍କୁଟିରେ ସ୍କୁଲ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ ଟିପ୍ପର ସେମାନଙ୍କ ଉପରେ ଚଢି ଯାଇଥିଲା। ଘଟଣାସ୍ଥଳରେ ସଞ୍ଜିତାଙ୍କ ମୃତ୍ୟୁ ଘଟିଥିଲା। ଗୁରୁତର ଅବସ୍ଥାରେ ତାଙ୍କ ବାପାଙ୍କୁ ଉମରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଏହି ଘଟଣାପରେ ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ଓ ବିପର୍ଯ୍ୟସ୍ତ ଟ୍ରାଫିକ୍ ବ୍ୟବସ୍ଥାକୁ ନେଇ କରି ଉମରକୋଟ- ଜୟପୁର ମୁଖ୍ୟରାସ୍ତା ଅବରୋଧ କରିଥିଲେ।
ଉମରକୋଟ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା। ଟିପ୍ପର ମାଲିକ ମୃତ ଶିକ୍ଷୟିତ୍ରୀଙ୍କ ପରିବାରକୁ ଏକ ଲକ୍ଷ ଟଙ୍କା ଦେବା ସହ ଜିଲ୍ଳା ରେଡକ୍ରସ୍ ପକ୍ଷରୁ ୫ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।
Guest Column
ଭଲ ସରକାର କିପରି?
ଜିନ୍ଦଲ୍-ପୋସ୍କୋ ଯୌଥ ଉଦ୍ୟୋଗ ପାଇଁ ବେଶୀ ଖୁସି ନହୋଇ, ଓଡ଼ିଶାରେ ବିଜଦ ସରକାର ବିଫଳ ହୋଇଥିବା କ୍ଷେତ୍ରରେ ଯେଭଳି ବିକାଶ ହେବ, ସେଥିପାଇଁ ମୋହନ ସରକାର ଦୃଷ୍ଟି ଦିଅନ୍ତୁ। ଚୁକ୍ତିପତ୍ର ସ୍ୱାକ୍ଷର କଲାବେଳେ ଏସମସ୍ତ ଦିଗ ପ୍ରତି ନ୍ୟାୟ ପ୍ରଦାନ କରନ୍ତୁ। ଫଳରେ ଶିଳ୍ପାୟନ ହେବ, ନିଯୁକ୍ତି ସୁଯୋଗ ବଢ଼ିବ। ତେବେ ଯାଇ ଆମେ କହିବୁ, ଯେ ନୂଆ ସରକାର ଭାରି ଭଲ!
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Miscellaneous
୬ ମାସ ହେଲା କଲବଲ କରୁଛନ୍ତି ପିମ୍ପୁଡ଼ି, ଅତିଷ୍ଠ ହେଲେଣି ଗ୍ରାମବାସୀ
ଗାଁରେ ଖେଳି ଯାଇଛି ପିମ୍ପୁଡି ଆତଙ୍କ । ୬ ମାସ ହେଲା କଲବଲ କରୁଛନ୍ତି । ବଞ୍ଚିବାକୁ ଦେଉ ନାହାନ୍ତି। ପିମ୍ପୁଡ଼ି ଦାଉରେ ଅତିଷ୍ଠ ହୋଇପଡ଼ିଲେଣି ଲୋକେ । ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।