ନୟାଗଡ଼: ନୟାଗଡ଼ ଜିଲ୍ଲା ପାଲଭା ରିଜର୍ଭ ଫରେଷ୍ଟରେ ୧୨-୧୩ ବର୍ଷର ଏକ ମାଈ ହାତୀର ମୃତ୍ୟୁ ଘଟିଛି। ବନବିଭାଗ ଅଧିକାରୀ, କର୍ମଚାରୀ ଓ ପ୍ରାଣୀ ଡାକ୍ତର ଘଟଣା ସ୍ଥଳରେ ପହଞ୍ଚି ହାତୀଟିର ଶବ ବ୍ୟବଚ୍ଛେଦ କରିଥିଲେ। ଏହି ହାତୀ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନଥିଲେ ମଧ୍ୟ ସେପ୍ଟିସେମିଆରେ ଏହାର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଥିବା ନୟାଗଡ଼ ବନଖଣ୍ଡ ଏସିଏଫ୍ କହିଛନ୍ତି। ତେବେ ହାତୀର ଭିସେରା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ଭିସେରା ରିପୋର୍ଟ ଆସିଲାପରେ ଯାଇ ହାତୀ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।