ହାତୀ ଆକ୍ରମଣରେ ବୃଦ୍ଧ ମୃତ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ଝାରମୁଣ୍ଡା ଗାଁରେ ହାତୀ ଆକ୍ରମଣରେ ଜଣ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ବୃଦ୍ଧ ଜଣଙ୍କ ତାଙ୍କ ଧାନ ଖଳାରେ ଶୋଇଥିବା ବେଳେ ହାତୀ ତାଙ୍କୁ ଦଳି ଦେଇଥିଲା। ହାତୀ ପଲ ଗାଁରେ ଦୁଇଟି ଘର ମଧ୍ୟ ଭାଙ୍ଗି ଦେଇଛନ୍ତି। ଫଳରେ ଲୋକେ ଭୟଭୀତ ହୋଇଯାଇଛନ୍ତି।