Advertisment

ପିକ୍‌ଅପ୍‌ ଭ୍ୟାନ ଧକ୍କାରେ ଜଣେ ଗୁରୁତର, ବଲାଙ୍ଗିର-ଟିଟିଲାଗଡ଼ ରାସ୍ତା ଅବରୋଧ

ବଲାଙ୍ଗିର: ଟିଟିଲାଗଡ଼ ରାସ୍ତାର ବିଜାଖମନଠାରେ ଏକ ପିକ୍ଅପ୍ ଭ୍ୟାନ୍‌ ଧକ୍କାରେ ଜଣେ ସାଇକେଲ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ବିଜାଖମନ ଗାଁର ଉଜ୍ଜଳ ଷାଣ୍ଢ । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ବଲାଙ୍ଗିର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଉଜ୍ଜଳ ଜଙ୍ଗଲକୁ ମହୁଲ ଫୁଲ ସଂଗ୍ରହ କରିବାକୁ ଯାଉଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ଟି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ […]

ପିକ୍‌ଅପ୍‌ ଭ୍ୟାନ ଧକ୍କାରେ ଜଣେ ଗୁରୁତର, ବଲାଙ୍ଗିର-ଟିଟିଲାଗଡ଼ ରାସ୍ତା ଅବରୋଧ

bolangir-accident

Advertisment

ବଲାଙ୍ଗିର: ଟିଟିଲାଗଡ଼ ରାସ୍ତାର ବିଜାଖମନଠାରେ ଏକ ପିକ୍ଅପ୍ ଭ୍ୟାନ୍‌ ଧକ୍କାରେ ଜଣେ ସାଇକେଲ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ବିଜାଖମନ ଗାଁର ଉଜ୍ଜଳ ଷାଣ୍ଢ । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ବଲାଙ୍ଗିର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।

Advertisment

ଉଜ୍ଜଳ ଜଙ୍ଗଲକୁ ମହୁଲ ଫୁଲ ସଂଗ୍ରହ କରିବାକୁ ଯାଉଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ଟି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି।

ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିଲା। ଉତ୍ତ୍ୟକ୍ତ ଲୋକେ ବଲାଙ୍ଗିର-ଟିଟିଲାଗଡ଼ ରାସ୍ତାକୁ ଦୀର୍ଘ ସମୟ ଧରି ଅବରୋଧ କରି ରଖିଥିଲେ। ବିରୋଧୀ ଦଳ ନେତା ନରସିଂହ ମିଶ୍ର ସେଠାରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା।

Advertisment

ଦୁର୍ଘଟଣା ପରେ ଗାଡ଼ି ଚାଳକ ଫେରାର ହୋଇଯାଥିବା ବେଳେ ଉତ୍ତ୍ୟକ୍ତ ଲୋକେ ଗାଡ଼ିଟିକୁ ଭଙ୍ଗାରୁଜା କରି ଦେଇଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe