ମୁହାଁମୁହିଁ ବାଇକ୍‌ ଧକ୍କା, ୨ ମୃତ, ୩ ଗୁରୁତର

ବରଗଡ଼: ବରଗଡ଼ ଜିଲ୍ଲା ବରପାଲି ଥାନା ଅନ୍ତର୍ଗତ ମହଦା ଗାଁ ନିକଟ ବର୍ଲାବାହାଲ ଛକଠାରେ ଆଜି ସକାଳେ ଦୁଇ ବାଇକ୍‌ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବରପାଲି ଚମାରପଡ଼ାର ଅବିର ମେହର ଓ ଦୌଳତ ଯାଦବ। ଏହି ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।

ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣଙ୍କୁ ପ୍ରଥମେ ବରପାଲି ଓ ପରେ ବରଗଡ଼ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଥିଲା।

ଆହତ ୩ ଜଣଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।