ସିଂହଗାଁକୁ ଦ୍ୱିତୀୟ ସାଂସଦ ଆଦର୍ଶ ଗ୍ରାମ ଘୋଷଣା କଲେ ବୈଜୟନ୍ତ

ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ପଟ୍ଟାମୁଣ୍ଡେଇ ବ୍ଲକ ସିଂହଗାଁ ପଞ୍ଚାୟତକୁ ସାଂସଦ ଆଦର୍ଶ ଗାଁ ଗ୍ରାମ ଯୋଜନାରେ ଦ୍ୱିତୀୟ ଆଦର୍ଶ ଗ୍ରାମ ଭାବେ ଘୋଷଣା କରିଛନ୍ତି।

ସାଂସଦ ପଣ୍ଡା ସିଂହଗାଁର ସର୍ବାଙ୍ଗୀନ ବିକାଶ କରାଯିବା ଦିଗରେ କେନ୍ଦ୍ର ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ବିରେନ୍ଦ୍ର ସିଂହ, କେନ୍ଦ୍ରାପଡା ଜିଲ୍ଲାପାଳ ଦେବରାଜ ସେନାପତି ଏବଂ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ସଚିବ ପି.କେ. ମହାପାତ୍ରଙ୍କୁ ଏକ ପତ୍ର ଲେଖି ଅବଗତ କରିବା ସହ ଏ ଦିଗରେ ସେମାନଙ୍କ ସହଯୋଗ ଲୋଡ଼ିଛନ୍ତି।

ସୂଚନାଯୋଗ୍ୟ ଯେ ଏହି ଯୋଜନାରେ ପ୍ରଥମ ବର୍ଷ ପ୍ରତ୍ୟେକ ସାଂସଦ ନିଜ ନିର୍ବାଚନ ମଣ୍ଡଳୀର ଗୋଟିଏ ଗ୍ରାମକୁ ଆଦର୍ଶ ଗ୍ରାମରେ ପରିଣତ କରିବେ। ପରବର୍ତ୍ତୀ ନିର୍ବାଚନ ପର୍ଯ୍ୟନ୍ତ ସାଂସଦ ମାନେ ଏହିପରି ଅନ୍ୟ ୨/୩ଟି ଗ୍ରାମକୁ ଆଦର୍ଶ ଗ୍ରାମ ରୂପେ ଗ୍ରହଣ କରିପାରିବେ। ଶ୍ରୀପଣ୍ଡା ପ୍ରଥମ ବର୍ଷ ଡେରାବିଶ ବ୍ଲକର ଗୋଲାରହାଟକୁ ଆଦର୍ଶ ଗ୍ରାମ ଭାବେ ଗ୍ରହଣ କରିଥିବା ବେଳେ, ସିଂହଗାଁକୁ ପରବର୍ତ୍ତୀ ଆଦର୍ଶ ଗ୍ରାମ ଭାବେ ଗ୍ରହଣ କରିଛନ୍ତି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’