ଘରୋଇ କଳିରୁ ଯୁବକଙ୍କ ଆତ୍ମହତ୍ୟା

soroବାଲେଶ୍ୱର: ଘରୋଇ କଳିକୁ କେନ୍ଦ୍ର କରି ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଅଭାଣା ଗ୍ରାମର ପ୍ରଶାନ୍ତ ସାହୁ ଗତକାଲି ରାତିରେ ଦେହରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଉଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଅନନ୍ତପୁର ଫାଣ୍ଡିରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।