Advertisment

ନିଯୁକ୍ତି ପାଇବେ ୭୫୪୦ ଶିକ୍ଷକ ଓ ଶିକ୍ଷୟିତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନିଯୁକ୍ତି ପାଇବେ ୭୫୪୦ ଶିକ୍ଷକ ଓ ଶିକ୍ଷୟିତ୍ରୀ। ରାଜ୍ୟର ୪୮୪୮ଟି ସରକାରୀ ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେଇଛନ୍ତି।  ୭୫୪୦ ହାଇସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ୍‌ ସିଲେକ୍‌ସନ କମିଶନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ। […]

author-image
Manoranjan Sial
ଅଦ୍ୟତନ ହୋଇଛି
ନିଯୁକ୍ତି ପାଇବେ ୭୫୪୦ ଶିକ୍ଷକ ଓ ଶିକ୍ଷୟିତ୍ରୀ

Teacher

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନିଯୁକ୍ତି ପାଇବେ ୭୫୪୦ ଶିକ୍ଷକ ଓ ଶିକ୍ଷୟିତ୍ରୀ। ରାଜ୍ୟର ୪୮୪୮ଟି ସରକାରୀ ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେଇଛନ୍ତି।  ୭୫୪୦ ହାଇସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ୍‌ ସିଲେକ୍‌ସନ କମିଶନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ। ଟିଜିଟି (କଳା), ଟିଜିଟି (ପିସିଏମ୍‌ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ପାଇଁ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ।

Advertisment

୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଅଧିକ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟରେ ନିଯୁକ୍ତ କରାଯାଇଥିଲା।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି। କମ୍ପୁଟର, ଇଣ୍ଟରନେଟଠାରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି। ୫-ଟିରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ୱରାନ୍ୱିତ କରାଯାଉଛି। ବିଭିନ୍ନ ବିଭାଗରେ ଖାଲି ପଦବୀ ଗୁଡିକୁ ସଂପୂର୍ଣ୍ଣ ସ୍ୱଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି। ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ।

Advertisment