Advertisment

କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିବେ କୋଭିଡ ଅନାଥ

ନୂଆଦିଲ୍ଲୀ: କେନ୍ଦ୍ରୀୟ ବିଦ୍ୟାଳୟରେ ସାଂସଦଙ୍କ କୋଟା ଉଚ୍ଛେଦ ପରେ ଲାଗୁ ହେଲା ନୂଆ ବ୍ୟବସ୍ଥା । କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିପାରିବେ କୋଭିଡ ଅନାଥ।  ଏହି କୋଟାରେ ନାଁ ଲେଖାଇଥିବା ଛାତ୍ରଛାତ୍ରୀ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ। ନୂଆ ବ୍ୟବସ୍ଥା ଅନୁଯାୟୀ, କରୋନା ମହାମାରୀ ଯୋଗୁଁ ଅନାଥ ହୋଇଥିବା ଶିଶୁଙ୍କୁ କେନ୍ଦ୍ରୀୟ ବିଦ୍ୟାଳୟରେ ନାଁ ଲେଖାଇବାକୁ ସୁଯୋଗ ଦେବାକୁ ନିଷ୍ପତ୍ତି ହୋଇଛି । ପିଏମ୍ କେୟାର ଫର୍ ଚିଲଡ୍ରେନ୍ ଯୋଜନାରେ କରୋନା ମହାମାରୀ ଅନାଥଙ୍କୁ […]

ଅଦ୍ୟତନ ହୋଇଛି
କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିବେ କୋଭିଡ ଅନାଥ

kv-school

Advertisment

ନୂଆଦିଲ୍ଲୀ: କେନ୍ଦ୍ରୀୟ ବିଦ୍ୟାଳୟରେ ସାଂସଦଙ୍କ କୋଟା ଉଚ୍ଛେଦ ପରେ ଲାଗୁ ହେଲା ନୂଆ ବ୍ୟବସ୍ଥା । କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିପାରିବେ କୋଭିଡ ଅନାଥ।  ଏହି କୋଟାରେ ନାଁ ଲେଖାଇଥିବା ଛାତ୍ରଛାତ୍ରୀ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ।

Advertisment

ନୂଆ ବ୍ୟବସ୍ଥା ଅନୁଯାୟୀ, କରୋନା ମହାମାରୀ ଯୋଗୁଁ ଅନାଥ ହୋଇଥିବା ଶିଶୁଙ୍କୁ କେନ୍ଦ୍ରୀୟ ବିଦ୍ୟାଳୟରେ ନାଁ ଲେଖାଇବାକୁ ସୁଯୋଗ ଦେବାକୁ ନିଷ୍ପତ୍ତି ହୋଇଛି । ପିଏମ୍ କେୟାର ଫର୍ ଚିଲଡ୍ରେନ୍ ଯୋଜନାରେ କରୋନା ମହାମାରୀ ଅନାଥଙ୍କୁ ନାଁ ଲେଖାଇବା ଲାଗି ସୁଯୋଗ ମିଳିବ । କୋଭିଡ୍ ଅନାଥଙ୍କ ସଂପର୍କରେ ଜିଲ୍ଲା ପ୍ରଶାସନ ଦେଇଥିବା ତାଲିକା ଭିତ୍ତିରେ ପିଲାଙ୍କୁ ଏହି  ସୁଯୋଗ ମିଳିବ  ।  ପ୍ରତ୍ୟେକ କେନ୍ଦ୍ରୀୟ ବିଦ୍ୟାଳୟରେ ୧୦ ଜଣ ଏବଂ ଶ୍ରେଣୀ ପ୍ରତି ସର୍ବାଧିକ ୨ ଜଣଙ୍କୁ ନାଁ ଲେଖାଇବାର ସୁଯୋଗ ମିଳିପାରିବ । ଏହି କୋଟାରେ ନାଁ ଲେଖାଇଥିବା ପିଲାଙ୍କୁ ସମସ୍ତ ଫି ଛାଡ଼ କରାଯିବ ।

ସୂଚନାଯୋଗ୍ୟ,  ଚଳିତ ଶିକ୍ଷାବର୍ଷରୁ କେନ୍ଦ୍ରୀୟ ବିଦ୍ୟାଳୟରେ ନାଁ ଲେଖାଇବା ପ୍ରକ୍ରିୟାରୁ ସାଂସଦଙ୍କ କୋଟା ଉଚ୍ଛେଦ କରାଯାଇଛି । ପୂର୍ବରୁ ଲୋକସଭା ସାଂସଦ ନିଜ ନିର୍ବାଚନମଣ୍ଡଳୀ ଅଞ୍ଚଳରୁ ୧୦ ଜଣ ପିଲାଙ୍କ ନାଁ ଲେଖାଇବାକୁ ସୁପାରିଶ କରିପାରୁଥିଲେ । ସେହିପରି ରାଜ୍ୟସଭା ସାଂସଦ  ପ୍ରତିନିଧିତ୍ୱ କରୁଥିବା  ସଂପୃକ୍ତ ରାଜ୍ୟରୁ ୧୦ ଜଣ ପିଲାଙ୍କୁ ସୁପାରିଶ କରିପାରୁଥିଲେ । କେନ୍ଦ୍ରୀୟ ବିଦ୍ୟାଳୟର ମୋଟ ୭୫୦୦ଟି ସିଟରେ ସାଂସଦଙ୍କ କୋଟାରେ ନାମଲେଖା ଯିବାର ପ୍ରାବଧାନ ରହିଥିଲା ।  ହେଲେ ଏବେ ସେହି କୋଟାକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରି ଦିଆଯାଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe