Advertisment

ସିବିଏସଇ ବୋର୍ଡ ପରୀକ୍ଷା ସ୍ଥଗିତ କରିବାକୁ ତେଜିଲା ଦାବି

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜଧାନୀ ଦିଲ୍ଲୀ, ମହାରାଷ୍ଟ୍ର, ଛତିଶଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ତେଣୁ ସିବିଏସଇ ବୋର୍ଡ ପରୀକ୍ଷା ସ୍ଥଗିତ ରଖିବାକୁ ଦାବି ହୋଇଛି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏପ୍ରିଲ ୨୦ ଯାଏ ୧୦ମ ଏବଂ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ସ୍ଥଗିତ ରଖିବାକୁ ପରାମର୍ଶ ଦେଇଛନ୍ତି। ଏଥିସହ କୋଭିଡ୍ ପାଇଁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। देश भर में कोरोना […]

ଅଦ୍ୟତନ ହୋଇଛି
ସିବିଏସଇ ବୋର୍ଡ ପରୀକ୍ଷା ସ୍ଥଗିତ କରିବାକୁ ତେଜିଲା ଦାବି

CBSE

Advertisment

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜଧାନୀ ଦିଲ୍ଲୀ, ମହାରାଷ୍ଟ୍ର, ଛତିଶଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ତେଣୁ ସିବିଏସଇ ବୋର୍ଡ ପରୀକ୍ଷା ସ୍ଥଗିତ ରଖିବାକୁ ଦାବି ହୋଇଛି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏପ୍ରିଲ ୨୦ ଯାଏ ୧୦ମ ଏବଂ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ସ୍ଥଗିତ ରଖିବାକୁ ପରାମର୍ଶ ଦେଇଛନ୍ତି। ଏଥିସହ କୋଭିଡ୍ ପାଇଁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।

Advertisment

https://twitter.com/priyankagandhi/status/1381178001170132992?s=20

ସେହିପରି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭାଡ୍ରା କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କଙ୍କୁ ଚିଠି ଲେଖି ବୋର୍ଡ ପରୀକ୍ଷା ସ୍ଥଗିତ ରଖିବାକୁ ନିବେଦନ କରିଛନ୍ତି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ପିଲାଙ୍କ ସୁରକ୍ଷାକୁ ନଜରରେ ରଖି ବୋର୍ଡ ପରୀକ୍ଷା ଏବେ ସ୍ଥଗିତ ରହିବା ଦରକାର ବୋଲି ସେ ମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ପ୍ରିୟଙ୍କାଙ୍କ ଟ୍ୱିଟକୁ ରିଟ୍ୱିଟ୍ କରି ପରୀକ୍ଷା ସ୍ଥଗିତ ରଖିବା ଦାବିକୁ ସମର୍ଥନ କରିଛନ୍ତି।

ସୂଚନାଯୋଗ୍ୟ, ଚଳିତ ବର୍ଷ ପାଇଁ ସିବିଏସଇ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କରିଛି। ୧୦ମ ବୋର୍ଡ ପରୀକ୍ଷା ମେ ୪ରୁ ଜୁନ ୭ ଏବଂ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ମେ ୪ରୁ ଜୁନ ୧୫ ମଧ୍ୟରେ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ପରୀକ୍ଷା ତାରିଖ ଘୋଷଣା ବେଳେ ସାମାଜିକ ଦୂରତା ସହିତ ପରୀକ୍ଷା ହେବ ବୋଲି ବୋର୍ଡ କର୍ତ୍ତୃପକ୍ଷ କହି ସାରିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe