Advertisment

କାଲିଠୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ବାଦବିବାଦ ପରେ ଆସନ୍ତାକାଲିଠାରୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଆରମ୍ଭ ହେବ । ଚଳିତ ବର୍ଷ ୧୧, ୧୫୧ଜଣ ପରୀକ୍ଷା ଦେବେ। ଏଥିପାଇଁ ୫୦୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଓ ଉତ୍ତର ଖାତା ପହଞ୍ଚି ସାରିଛି ।  ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କ୍ରିନିଂ ପରେ ଭିତରକୁ ପ୍ରବେଶ ଅନୁମତି ଦିଆଯିବ । ପରୀକ୍ଷାରେ ନିୟୋଜିତ ହେବାକୁ ଥିବା ସମସ୍ତ ଶିକ୍ଷକଙ୍କ ଆଣ୍ଟିଜେନ୍ ପରୀକ୍ଷା କରାଯାଇଛି  । […]

ଅଦ୍ୟତନ ହୋଇଛି
କାଲି ମାଟ୍ରିକ୍ ପରୀକ୍ଷା, ୧୫ ହଜାର ୧୩୬ ଜଣ ଦେବେ  

exam

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ବାଦବିବାଦ ପରେ ଆସନ୍ତାକାଲିଠାରୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଆରମ୍ଭ ହେବ । ଚଳିତ ବର୍ଷ ୧୧, ୧୫୧ଜଣ ପରୀକ୍ଷା ଦେବେ। ଏଥିପାଇଁ ୫୦୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଓ ଉତ୍ତର ଖାତା ପହଞ୍ଚି ସାରିଛି ।  ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କ୍ରିନିଂ ପରେ ଭିତରକୁ ପ୍ରବେଶ ଅନୁମତି ଦିଆଯିବ ।

Advertisment

ପରୀକ୍ଷାରେ ନିୟୋଜିତ ହେବାକୁ ଥିବା ସମସ୍ତ ଶିକ୍ଷକଙ୍କ ଆଣ୍ଟିଜେନ୍ ପରୀକ୍ଷା କରାଯାଇଛି  । ପ୍ରତିଟି ପରୀକ୍ଷା କେନ୍ଦ୍ରରେ ଅବଜରଭର ନିୟୋଜିତ କରାଯାଇଛି  ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, କରୋନାର ଦ୍ୱିତୀୟ ଲହର ପାଇଁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଥିଲେ ସରକାର । ବିକଳ୍ପ ମୂଲ୍ୟାୟନ ସ୍ୱରୂପ ପ୍ରିବୋର୍ଡ ପରୀକ୍ଷା  ଆଧାରରେ ପିଲାଙ୍କୁ ମାର୍କ ଦିଆଯାଇଛି । ଯେଉଁମାନେ ପ୍ରି ବୋର୍ଡ ପରୀକ୍ଷା ଆଦୌ ଦେଇ ନ ଥିବେ ସେମାନଙ୍କର ମୂଲ୍ୟାୟନ ନବମ ପରୀକ୍ଷା ଆଧାରରେ କରାଯାଇଥିଲା । ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ମାର୍କକୁ ମଧ୍ୟ ବିଚାରକୁ ନିଆଯାଇଥିଲା।

Advertisment

ସୂଚନାଯୋଗ୍ୟ, ରେଗୁଲାର, ଏକ୍ସରେଗୁଲାର, ମଧ୍ୟମା ପିଲାଙ୍କୁ ମିଶାଇ ଚଳିତ ବର୍ଷ ୬ ଲକ୍ଷ ୪୭ ହଜାର ପିଲା ପରୀକ୍ଷା ଦେଇଥାନ୍ତେ। ଏଥିନିମନ୍ତେ ୩୩ଶହ କେନ୍ଦ୍ରକୁ ପ୍ରସ୍ତୁତ କରାଯାଇଥିଲା। ପିଲାମାନେ ନିଜ କେନ୍ଦ୍ରରେ ପରୀକ୍ଷା ଦେଇଥାନ୍ତେ। ଦଶମ ଶ୍ରେଣୀ ପିଲାଙ୍କ ନିମନ୍ତେ ଜାନୁଆରୀ ୨୮ ତାରିଖରୁ ଏପ୍ରିଲ ୨୫ ପର୍ଯ୍ୟନ୍ତ ୧୦୦ ଦିନିଆ ପାଠପଢ଼ା କରାଯାଉଥିଲା। ପରୀକ୍ଷା ନିମନ୍ତେ ପିଲାମାନଙ୍କୁ ପ୍ରସ୍ତୁତ କରାଯାଉଥିବା ବେଳେ ସେମାନେ ୮୦ ମାର୍କର ପରୀକ୍ଷା ଦେଇଥାନ୍ତେ।

ମାତ୍ର ଶେଷ ମୁହୂର୍ତ୍ତରେ କରୋନାର କୋପ ଯୋଗୁ ତଥା ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରୁ ସରକାରଙ୍କୁ ପରୀକ୍ଷା ବାତିଲ କରିବାକୁ ପଡ଼ିଥିଲା। ମାତ୍ର ସରକାରଙ୍କ ମୂଲ୍ୟାୟନ ପଦ୍ଧତିରେ ସନ୍ତୁଷ୍ଟ ହୋଇପାରି ନ ଥିଲେ ବହୁ ଛାତ୍ରଛାତ୍ରୀ।

ପାତରଅନ୍ତର ନୀତି ଯୋଗୁ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ ହୋଇଥିବା ଅଭିଯୋଗ ଆଣି ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀ ରାସ୍ତାକୁ ଓହ୍ଲାଇବା ସହ ବିକ୍ଷୋଭ ପ୍ରଦର୍ଶନ କଲେ। ଏହାର ସମାଧାନ କରିବାକୁ ଯାଇ ଅସନ୍ତୁଷ୍ଟ ପିଲାଙ୍କ ପାଇଁ ପୁଣି ଥରେ ଅଫଲାଇନ୍‌ ପରୀକ୍ଷା ହେବ ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଆସନ୍ତା କାଲିଠୁ ଆରମ୍ଭ ହେବ ଅଫଲାଇନ୍‌ ପରୀକ୍ଷା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe