Advertisment

ଭବ୍ୟ ସମାରୋହରେ ୬୮୯୧ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟ ସରକାର ୬୮୯୧ ହାଇସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ୱର କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବ ନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ନିଯୁକ୍ତି ପତ୍ର ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଜୋରଦାର ଚାଲିଛି। ଗତ ୩ ବର୍ଷ ମଧ୍ୟରେ ୧୪ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ଶିକ୍ଷକମାନେ […]

author-image
Manoranjan Sial
ଅଦ୍ୟତନ ହୋଇଛି
ଭବ୍ୟ ସମାରୋହରେ ୬୮୯୧ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Teacher

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟ ସରକାର ୬୮୯୧ ହାଇସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ୱର କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବ ନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।

Advertisment

ନିଯୁକ୍ତି ପତ୍ର ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଜୋରଦାର ଚାଲିଛି। ଗତ ୩ ବର୍ଷ ମଧ୍ୟରେ ୧୪ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ଶିକ୍ଷକମାନେ ହେଉଛନ୍ତି ରାଷ୍ଟ୍ରନିର୍ମାତା। ଜାତିର ଗୌରବ। ଦେଶର ଭବିଷ୍ୟତ ପୀଢିକୁ ଗଢିବାର ପବିତ୍ର ଦାୟିତ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ନେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

[caption id="attachment_753970" align="aligncenter" width="650"]Cm ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବାକୁ ଆସିଛନ୍ତି ମୁଖ୍ୟମନ୍ତ୍ରୀ[/caption]

Advertisment

ସରକାରଙ୍କ ୫-ଟି ରୂପାନ୍ତର କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷା ହେଉଛି ରୂପାନ୍ତରର ଶକ୍ତିଶାଳୀ ମାର୍ଗ। ସ୍ୱଚ୍ଛତା, ପ୍ରଯୁକ୍ତିବିଦ୍ୟା, ଟିମ୍‌ ୱାର୍କ, ସମୟ ଓ ରୂପାନ୍ତର ହେଉଛି ଆମ ପ୍ରଶାସନିକ ବ୍ୟବସ୍ଥାର ମନ୍ତ୍ର। ଏ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ୪୦୦୦ ସ୍କୁଲର ରୂପାନ୍ତର କାମ ସରିଲାଣି। ୨୦୨୩ ଡିସେମ୍ବର ସୁଦ୍ଧା ଆଉ ୪୮୦୦ ସ୍କୁଲ ରୂପାନ୍ତର କରାଯିବ ବୋଲି ସେ କହିଛନ୍ତି।

[caption id="attachment_753971" align="aligncenter" width="650"]Teacher କଳିଙ୍ଗ ଷ୍ଟାଡିୟମ୍‌ରେ ବସିଛନ୍ତି ନବ ନିଯୁକ୍ତ ଶିକ୍ଷୟିତ୍ରୀ[/caption]

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଆପଣଙ୍କ ଗାଁ, ଆପଣଙ୍କ ବ୍ଲବ୍‌ରେ ମଧ୍ୟ ଆପଣମାନେ ସ୍କୁଲର ନୂଆ ରୂପ ନିଶ୍ଚୟ ଦେଖିଥିବେ। ସ୍କୁଲ ରୂପାନ୍ତର ପିଲାଙ୍କ ଭିତରେ ନୂଆ ଉତ୍ସାହ ଆଣିଛି। ସେ ଉତ୍ସାହକୁ ଜୀବନର ସଫଳତାରେ ରୂପାନ୍ତର କରିବା ଦାୟିତ୍ୱ ଆପଣମାନଙ୍କର। ଆମ ଶିକ୍ଷକଙ୍କର ଜ୍ଞାନ, ତ୍ୟାଗ  ଓ ନିଷ୍ଠା ହିଁ ଶିକ୍ଷା କ୍ଷେତ୍ରରେ ପ୍ରକୃତ ରୂପାନ୍ତର ଆଣିପାରିବ ବୋଲି ସେ କହିଥିଲେ।’