ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବୋର୍ଡ ଅଫ ସେକେଣ୍ଡାରୀ ଏକଜୁକେସନ୍ ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର୍ସ ଇଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ବୋର୍ଡ ନିଜସ୍ୱ ୱେବସାଇଟରେ ଏହି ପରୀକ୍ଷା ଫଳ ଉପଲବ୍ଧ ରହିଛି। ୨୦୨୧ ଏପ୍ରିଲ ୯ତାରିଖରେ ଏହି ଓଟିଇଟି ପରୀକ୍ଷା ଅନୁଷ୍ଠିତ ହୋଇଥିଲା।
ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତ ଏପ୍ରିଲ ୯ ତାରିଖରେ ରାଜ୍ୟର ୪୯୧ଟି ପରୀକ୍ଷା କେନ୍ଦ୍ରରେ ମୋଟ ୧.୨୫ଲକ୍ଷ ୮୮୦ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେଇଥିଲେ। କୋଭିଡ୍ ଗାଇଡଲାଇନ ମଧ୍ୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ପରୀକ୍ଷା କରାଯାଇଥିଲା। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲରେ ଶିକ୍ଷକ ଭାବେ କାର୍ଯ୍ୟ କରିବା ନିମନ୍ତେ ଓଟିଇଟି ପରୀକ୍ଷାରେ କୃତକାର୍ଯ୍ୟ ହେବା ଜରୁରୀ। ଏହି ଓଟିଇଟି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀଙ୍କୁ ରାଜ୍ୟର ଉଭୟ ସରକାରୀ, ବେସରକାରୀ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲରେ ଶିକ୍ଷକତା କରିବାର ସୁଯୋଗ ମିଳିଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶଙ୍ଖ ଭବନ ହୋଟେଲ୍ରେ ପରିଣତ ହୋଇଛି: ଜଗା; ଜବାବ ରଖିଲେ ଅରୁଣ
ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ହୋଟେଲ୍ ମନ୍ତବ୍ୟର ଜବାବ ରଖିଛନ୍ତି ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ। ସେ କହିଛନ୍ତି, ରେଲୱେର କ୍ୟାଣ୍ଟିନ୍ ଅଛି। ସଂସଦରେ ମଧ୍ୟ କ୍ୟାଣ୍ଟିନ୍ ରହିଛି। ଅବଶ୍ୟ ଖାଇବା ଲୋଭ କାହାର ଅଛି, ତାହା ମିଡିଆରେ ଦେଖାଯାଉଛି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Health
ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ, ସ୍ୱାକ୍ଷର ହେଲା MOU
ଆଜି ଏମୟୁ ସ୍ୱାକ୍ଷରିତ ହୋଇଥିବା ବେଳେ ଖୁବଶୀଘ୍ର ଏହା ରାଜ୍ୟରେ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେହପରି ରାଜ୍ୟର ପ୍ରାୟ ୩ କୋଟି ଲୋକ ଏହି ଯୋଜନାର ଫାଇଦା ପାଇବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।