Samir Dash
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ନାମଲେଖା ଅବଧିକୁ ବଢ଼ାଇ ଦିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅନୁମୋଦନକ୍ରମେ ନାମଲେଖା ପାଇଁ ପରିବର୍ତ୍ତିତ କାର୍ଯ୍ୟସୂଚୀ ଜାରି କରାଯାଇଛି।
ଏହି ନୂତନ କାର୍ଯ୍ୟସୂଚୀ ଅନୁଯାୟୀ, ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ତାରିଖ ଅଗଷ୍ଟ ୧୯ରୁ ୨୫ ପର୍ଯ୍ୟନ୍ତ ସ୍ଥିର କରାଯାଇଥିବା ବେଳେ ଏବେ ଏହାକୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଅବଧି ସେପ୍ଟେମ୍ବର ୫ରୁ ୭ ତାରିଖ ଥିବା ବେଳେ ତାକୁ ସେପ୍ଟେମ୍ବର ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି।
ସ୍ପଟ୍ ସିଲେକ୍ସନ୍ର ତାରିଖ ସେପ୍ଟେମ୍ବର ୧୫ ଓ ୧୬ ରଖାଯାଇଥିଲା। ତେବେ ନୂଆ କାର୍ଯ୍ୟସୂଚୀ ଅନୁଯାୟୀ ଏହା ସେପ୍ଟେମ୍ବର ୧୭ରୁ ୨୦ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/01/591.jpg)