Advertisment

ପ୍ରକାଶ ପାଇଲା +୨ କଳା ରେଜଲ୍ଟ, ୮୨.୧୦% ପାସ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ରେଜଲ୍ଟ। ସୋମବାର ଅପରାହ୍ଣ ୪ଟାରେ ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟ ପରିସରରେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଚଳିତ ବର୍ଷ ୮୨.୧୦% ଛାତ୍ରଛାତ୍ରୀ ଏଥିରେ କୃତକାର୍ଯ୍ୟ ହୋଇଛନ୍ତି। ଏଥର ୨ ଲକ୍ଷ ୮ ହଜାର ୬୩୧ ଜଣ ଛାତ୍ରଛାତ୍ରୀ ଯୁକ୍ତ ଦୁଇ କଳା ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୭୧ ହଜାର ୨୮୮ ଜଣ ପାସ୍ କରିଛନ୍ତି। […]

ଅଦ୍ୟତନ ହୋଇଛି
ପ୍ରକାଶ ପାଇଲା +୨ କଳା ରେଜଲ୍ଟ, ୮୨.୧୦% ପାସ୍‌

891

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ରେଜଲ୍ଟ। ସୋମବାର ଅପରାହ୍ଣ ୪ଟାରେ ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟ ପରିସରରେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଚଳିତ ବର୍ଷ ୮୨.୧୦% ଛାତ୍ରଛାତ୍ରୀ ଏଥିରେ କୃତକାର୍ଯ୍ୟ ହୋଇଛନ୍ତି।

Advertisment

ଏଥର ୨ ଲକ୍ଷ ୮ ହଜାର ୬୩୧ ଜଣ ଛାତ୍ରଛାତ୍ରୀ ଯୁକ୍ତ ଦୁଇ କଳା ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୭୧ ହଜାର ୨୮୮ ଜଣ ପାସ୍ କରିଛନ୍ତି। ପ୍ରଥମ ଶ୍ରେଣୀରେ ୬୨, ୭୩୪ ଜଣ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୪୧, ୧୯୩ ଓ ତୃତୀୟ ଶ୍ରେଣୀରେ ୬୭, ୩୪୧ ଜଣ ପାସ୍ କରିଛନ୍ତି। ୧୭୭ ଜଣ ଛାତ୍ରଛାତ୍ରୀ ୯୦%ରୁ ଅଧିକ ନମ୍ବର ରଖିଛନ୍ତି।

ଛାତ୍ରଙ୍କ ଅପେକ୍ଷା ଛାତ୍ରୀମାନଙ୍କ ପାସ୍ ହାର ଅଧିକ ରହିଛି। ଚଳିତ ବର୍ଷ ମୋଟ ୯୦,୨୦୭ ଜଣ ଛାତ୍ର ପରୀକ୍ଷା ଦେଇଥିବା ବେଳେ ୬୭,୭୨୮ ଜଣ ପାସ୍ କରିଛନ୍ତି। ସେହିପରି ୧ ଲକ୍ଷ ୧୮ ହଜାର ୪୨୪ ଜଣ ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ପାସ୍ କରିଛନ୍ତି ୧ ଲକ୍ଷ ୩ ହଜାର ୫୬୦ ଜଣ।

Advertisment

ସିଏଚ୍‌ଏସ୍‌ଇ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ,  ଚଳିତ ବର୍ଷ ୨୮ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଶତପ୍ରତିଶତ ପିଲା ପାସ୍ କରିଛନ୍ତି। ସେହିଭଳି କୌଣସି ଉଚ୍ଚ ମାଧ୍ୟମିକ ସ୍କୁଲର ଶୂନ୍ୟ ରେଜଲ୍ଟ ହୋଇନି। ଖୋର୍ଦ୍ଧା ଜିଲ୍ଲାରେ ପାସ୍ ହାର ସର୍ବାଧିକ ରହିଥିବା ବେଳେ ନବରଙ୍ଗପୁରରେ ଏହା ସର୍ବନିମ୍ନ ରହିଛି। ଖୋର୍ଦ୍ଧା ଜିଲ୍ଲାରେ ପାସ୍ ହାର ୮୭.୮୦% ରହିଥିବା ବେଳେ ନବରଙ୍ଗପୁରରେ ୬୪.୧୬% ରହିଛି।

ସୂଚନାଯୋଗ୍ୟ, ଗତ ଜୁଲାଇ ୨୭ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇଥିଲା। ବିଜ୍ଞାନରେ ୯୪ % ଓ ବାଣିଜ୍ୟରେ ୮୯% ଛାତ୍ରଛାତ୍ରୀ ପାସ୍ କରିଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe