Advertisment

ଅପରାହ୍ଣ ୧ଟାରେ ବାହାରିବ ଯୁକ୍ତ ୨ କଳା ରେଜଲ୍ଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ । ଦିନ ଗୋଟାଏ ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ସୂଚନା ଦେଇଛନ୍ତି। orissaresults.nic.inରେ ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ ପାଇପାରିବେ। କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ବାତିଲ ହୋଇଥିଲା ଏବଂ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କର ମୂଲ୍ୟାୟନ କରାଯାଇଛି। ଜୁଲାଇ […]

ଅଦ୍ୟତନ ହୋଇଛି
ଅପରାହ୍ଣ ୧ଟାରେ ବାହାରିବ ଯୁକ୍ତ ୨ କଳା ରେଜଲ୍ଟ

chse office

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ । ଦିନ ଗୋଟାଏ ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ସୂଚନା ଦେଇଛନ୍ତି। orissaresults.nic.inରେ ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ ପାଇପାରିବେ।

Advertisment

କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ବାତିଲ ହୋଇଥିଲା ଏବଂ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କର ମୂଲ୍ୟାୟନ କରାଯାଇଛି। ଜୁଲାଇ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରିକ୍ଷା ଫଳ ବାହାରିଥିଲା। ସେହି ସମୟରେ ଆଉ ୧୫ ଦିନ ମଧ୍ୟରେ କଳା ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଥିଲା।

ସୂଚନାଯୋଗ୍ୟ, ଯୁକ୍ତ ୨ ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟରେ ୯୪.୯୬% ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ବିଜ୍ଞାନରେ ରେଗୁଲାର ପାସ୍‌ ହାର ୯୯.୮୮% ରହିଛି। ଏଥିରୁ ପ୍ରଥମ ଶ୍ରେଣୀରେ ୫୫ ହଜାର ୪୬୮ ପାସ୍‌ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୬ ହଜାର ୯୪୩ ଓ ତୃତୀୟ ଶ୍ରେଣୀରେ ୧୪ ହଜାର ୬୩୧ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ସେହିପରି ବିଜ୍ଞାନରେ ଏକ୍ସ ରେଗୁଲାର ପାସ୍ ହାର ୭୧.୨୭% ରହିଛି।

Advertisment

ବାଣିଜ୍ୟରେ ରେଗୁଲାର ପାସ୍‌ ହାର ୯୯.୯୫% ରହିଛି। ଏଥିରେ ପ୍ରଥମ ଶ୍ରେଣୀରେ ୮,୩୫୫ ଜଣ ପାସ୍‌ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୫,୬୯୨ ଓ ତୃତୀୟ ଶ୍ରେଣୀରେ ୯,୦୬୬ ଜଣ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ବାଣିଜ୍ୟରେ ଏକ୍ସ ରେଗୁଲାର ପାସ୍ ହାର ୫୪.୭୮% ରହିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe