ଆଜିଠୁ ଆରମ୍ଭ ହେଉଛି CBSE ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା। ଦେଶ ତଥା ଦେଶ ବାହାରର ପ୍ରାୟ ୩୯ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ସେହିପରି ରାଜ୍ୟର ପ୍ରାୟ ୬୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ।
ସକାଳ ସାଢେ ୧୦ଟାରୁ ସାଢେ ୧୨ଟା ପର୍ଯ୍ୟନ୍ତ ଗୋଟିଏ ସିଟିଂରେ ପରୀକ୍ଷା ହେବ। ଦଶମ ବୋର୍ଡ ପରୀକ୍ଷା ମାର୍ଚ୍ଚ ୧୩ ଯାଏ ଚାଲିବାକୁ ଥିବାବେଳେ ଦ୍ୱାଦଶ ପରୀକ୍ଷା ଏପ୍ରିଲ୍ ୨ ଯାଏ ଚାଲିବ।
ପରୀକ୍ଷା ସକାଳ ସାଢ଼େ ୧୦ ଟାରୁ ଆରମ୍ଭ ହେବାକୁ ଥିବା ବେଳେ ଛାତ୍ରଛାତ୍ରୀଙ୍କୁ ୧୦ ଟାରେ କିମ୍ବା ତା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSE ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସବୁ ପରୀକ୍ଷା କେନ୍ଦ୍ରଗୁଡ଼ିକ ସିସିଟିଭି ନଜରରେ ରହିବ।
୧୫, ୧୬ ଓ ୧୭ ତାରିଖ ଆର୍ଟ, ମ୍ୟୁଜିକ ଓ ଅନ୍ୟାନ୍ୟ ଧନ୍ଦାମୂଳକ ବିଷୟରେ ପରୀକ୍ଷା ଥିବା ବେଳେ ଫେବ୍ରୁଆରୀ ୧୯ରୁ ମୁଖ୍ୟ ପରୀକ୍ଷା ଆରମ୍ଭ ହେବ। ମୁଖ୍ୟ ବିଷୟ ପରୀକ୍ଷା ପାଇଁ ୩ ଘଣ୍ଟା ସମୟ ମିଳିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।
Education
ପ୍ରବଳ ଥଣ୍ଡା, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସ୍କୁଲ ଛୁଟି
ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।