ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ବୋଲି ମାନିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା CHSE କର୍ତ୍ତୃପକ୍ଷ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଥିଲା। ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ ହୋଇଥିଲା।
ସେ କହିଛନ୍ତି, କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ମୋଟ ୧୯ ନମ୍ବର ଚଏସ ଡେଫିସିଟ୍ ରହିଛି। ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପଟ ନେଇଥିବେ ଗ୍ରେସ୍ ମାର୍କ ପାଇବେ। ଆଟେମ୍ପଟ ନେଇ ନ ଥିଲେ ପିଲାଙ୍କୁ ଗ୍ରେସ୍ ମାର୍କ ମିଳିବ ନାହିଁ। ଯେତିକି ଚଏସ ଡେଫିସିଟ ପ୍ରଶ୍ନ ଆଟେମ୍ପଟ ନେଇଥିବେ ତାହାର ପୂରା ମାର୍କ ପାଇବେ। ତେଣୁ ସବୁ ପିଲାଙ୍କୁ ସମାନ ଗ୍ରେସ୍ ମାର୍କ ମିଳିବ ନାହିଁ।
ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ ଆହୁରି କହିଛନ୍ତି, କେବଳ ଗୋଟିଏ ପ୍ରଶ୍ନ ରେଗୁଲାର ପିଲାଙ୍କ ସିଲାବସକୁ କଭର କରିନି। ସେହି ଏକ ମାର୍କ ପିଲା ନିଶ୍ଚିତ ପାଇବେ। କେଉଁଠି ତ୍ରୁଟି ରହିଲା, ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ। ଖୁବ୍ ଶୀଘ୍ର ଏକ୍ସପର୍ଟ କମିଟି ବସିବ। ଏକ୍ସପର୍ଟ କମିଟି ବସି ନିଷ୍ପତ୍ତି ନେବ।
ସୂଚନାଯୋଗ୍ୟ, ଯୁକ୍ତ ଦୁଇ ପରୀକ୍ଷାରେ ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ଛାତ୍ରଛାତ୍ରୀ ଅଭିଯୋଗ କରିଥିଲେ। ଗୋଟିଏ କି ଦୁଇଟି ନୁହେଁ, ଫିଜିକ୍ସରେ ସିଲାବସ୍ ବାହାରୁ ୨୭ ମାର୍କର ପ୍ରଶ୍ନ ଆସିଥିବା ଅଭିଯୋଗ ଆଣିଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।