ଆଜି ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ। ୧୩୧୦ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ସେଥି ମଧ୍ୟରୁ ୪୩୩ ପିଲା କୃତକାର୍ଯ୍ୟ ହୋଇଛନ୍ତି।
ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ ପରୀକ୍ଷାର୍ଥୀ ପାସ୍ କରିଛନ୍ତି। ୮୧୯୫ ଛାତ୍ରଛାତ୍ରୀ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେଇଥିଲେ। ବୋର୍ଡ ୱେବସାଇଟରେ ଉଭୟ ରେଜଲ୍ଟ ଉପଲବ୍ଧ ଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।
ଜୁଲାଇ ୩ ତାରିଖରେ ମାଟ୍ରିକ ସପ୍ଲିମେଣ୍ଟାରୀ ଆରମ୍ଭ ହୋଇ ୮ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ୮୦ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟାରେ ସରିଥିଲା। ଦ୍ୱିତୀୟ ସିଟିଂରେ ଷ୍ଟେଟ୍ ଓପନ ସ୍କୁଲ ପରୀକ୍ଷା କରାଯାଇଥିଲା। ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଛାତ୍ରଛାତ୍ରୀଙ୍କୁ ସିଧା ଯୁକ୍ତ ଦୁଇରେ ନାମ ଲେଖାଇବାକୁ ସୁଯୋଗ ମିଳିବ ବୋଲି ସୂଚନା ଦିଆଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।
Education
ପ୍ରବଳ ଥଣ୍ଡା, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସ୍କୁଲ ଛୁଟି
ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।