Advertisment

ଆଜିଠୁ ଯୁକ୍ତ ଦୁଇ ଖାତାଦେଖା, ଅନ୍‌ଲାଇନ ଓ ଅଫ୍‌ଲାଇନରେ ହେବ ମୂଲ୍ୟାୟନ

ଫେବ୍ରୁଆରୀ୧୬ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା।

ଅଦ୍ୟତନ ହୋଇଛି
Exam

Exam

Advertisment

ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଖାତା ମୂଲ୍ୟାୟନ। ଦୁଇଟି ପର୍ଯ୍ୟାୟରେ ହେବ ମୂଲ୍ୟାୟନ। ଆଜିଠାରୁ ପ୍ରଥମ ପର୍ଯ୍ୟାୟ ଆରମ୍ଭ ହୋଇ ଏପ୍ରିଲ ୨ ତାରିଖ ଯାଏଁ ଚାଲିବ। ଖାତା ମୂଲ୍ୟାୟନ ପାଇଁ ୬୯ଟି ଅଫ୍ ଲାଇନ୍ ଓ ୪୧ ଅନଲାଇନ୍ ସେଣ୍ଟର କରାଯାଇଛି। ମୋଟ ୨୮ ଶହ ଅଧ୍ୟାପକ ଓ ଅଧ୍ୟାପିକା ଏଥିପାଇଁ ନିଯୁକ୍ତ ହୋଇଛନ୍ତି।

Advertisment

ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଏପ୍ରିଲ ୪ରୁ ୧୫ ତାରିଖ ଯାଏ କରାଯିବ। ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ କରିବାକୁ ଲକ୍ଷ୍ୟ ରଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଚଳିତ ବର୍ଷ ପ୍ରାୟ ସାଢେ ୩ ଲକ୍ଷ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। 

ସୂଚନାଯୋଗ୍ୟ, ଫେବ୍ରୁଆରୀ୧୬ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। 

Advertisment
Plus 2 Result Plus 2 Exam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe