କଟକ ଏସସିବି ମେଡିକାଲରୁ ୫ ଦଲାଲ ଗିରଫ। ଘରୋଇ ମେଡିକାଲକୁ ରେଫର୍ କରୁଥିବା ଅଭିଯୋଗରେ ଏମାନଙ୍କୁ ଗିରଫ କରିଛି ପୁଲିସ। ଗିରଫ ହୋଇଥିବା ସମସ୍ତ ବ୍ୟକ୍ତି ହେଉଛନ୍ତି ଆମ୍ବୁଲାନ୍ସ ଡ୍ରାଇଭର।
Also Read
ଏସସିବି ଆଇସିୟୁରେ ବେଡ୍ ନାହିଁ କହି ଏମାନେ ରୋଗୀଙ୍କୁ ଅନ୍ୟ ଘରୋଇ ନର୍ସିଂହୋମକୁ ସ୍ଥାନାନ୍ତର କରୁଥିଲେ। ଦୀର୍ଘବର୍ଷ ଧରି ଏମାନେ ରୋଗୀ ସ୍ଥାନାନ୍ତର କରିଆସୁଥିବା ଅଭିଯୋଗ ହୋଇଥିଲା। ପୁଲିସର ଏକ ସ୍ୱତନ୍ତ୍ର ଟିମ୍ ଗଠନ କରି ଏହି ଦଲାଲଙ୍କ ଉପରେ ନଜର ରଖିଥିଲା। ଆଜି ୫ ଜଣ ଦଲାଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ। ତେବେ ଏହି ଦଲାଲଙ୍କ ସହ କେଉଁ କେଉଁ ନର୍ସିଂହୋମର ଲିଙ୍କ ରହିଛି ସେନେଇ ଖୋଳତାଡ଼ ଜାରି ରହିଥିବା ଏସିପି କହିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।
Education
ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ିଲା: ଜାଣନ୍ତୁ, କେଉଁ ଶ୍ରେଣୀ ପାଇଁ କେତେ କରାଗଲା
ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।
Education
୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବଢ଼ିଲା
ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି ।