/odisha-reporter/media/post_attachments/uploadimage/library/16_9/16_9_0/Anganwadi_1697465791.jpg)
Anganwadi
ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଆଜି ଅନୁମୋଦନ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଏହାଦ୍ୱାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Advertisment
ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ। ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି। ଅନୁଦାନ ଅର୍ଥରେ ମେଡିସିନ୍ କିଟ୍, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ ରହିଛି।
ସୂଚନାଯୋଗ୍ୟ, ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ରାଜ୍ୟରେ କୋମଳମତି ଶିଶୁମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
