ସୋମବାର (ଜୁଲାଇ ୮ ତାରିଖ) ବନ୍ଦ ରହିବ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ। ଆଜି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରଥଯାତ୍ରା ପାଇଁ ଏହି ଛୁଟି ଘୋଷଣା କରାଯାଇଛି।
ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ପୂର୍ବରୁ ରାଜ୍ୟ ସରକାର ୮ ତାରିଖକୁ ଛୁଟି ଘୋଷଣା କରିଥିଲେ। ଏଥର ଶ୍ରୀଗୁଣ୍ଡିଚା ଯାତ୍ରା ଦୁଇ ଦିନ ଧରି ଅନୁଷ୍ଠିତ ହେବ। ଉଭୟ ୭ ଓ ୮ ତାରିଖରେ ରଥ ଟଣା ହେବ। ୭ ତାରିଖ ରବିବାର ପଡ଼ୁଛି। ୮ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ସହିତ, ବ୍ୟାଙ୍କ ଓ କୋର୍ଟ ଆଦି ମଧ୍ୟ ବନ୍ଦ ରହିବ।
Also Read
ରଥଯାତ୍ରାର ସମୀକ୍ଷା ବୈଠକରେ ଯୋଗ ଦେବାକୁ ଜୁଲାଇ ୨ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଯାଇଥିଲେ। ସେଠାରେ ଟାଉନ୍ ହଲରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା ସଂପନ୍ନ ପାଇଁ ସମସ୍ତ ସହଯୋଗ କାମନା କରିଥିଲେ ମୁଖ୍ୟମନ୍ତ୍ରୀ। ଏହା ପରେ ସେ ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି ଘୋଷଣା କରିଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।
Education
ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ିଲା: ଜାଣନ୍ତୁ, କେଉଁ ଶ୍ରେଣୀ ପାଇଁ କେତେ କରାଗଲା
ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।
Education
୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବଢ଼ିଲା
ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି ।