Advertisment

‘ସୁଭଦ୍ରା’ ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ସ୍କୁଲ୍‌, କଲେଜ ଛୁଟି

ମଙ୍ଗଳବାର ଦିନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ୍, ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ ।

College Students

College Students

Advertisment

ରାଜ୍ୟରେ କ୍ଷମତାସୀନ ବିଜେପି ସରକାରର ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ଉପଲକ୍ଷେ ଆସନ୍ତା ୧୭ତାରିଖ ମଙ୍ଗଳବାର ଦିନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ୍, ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ । ତେବେ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ଶିକ୍ଷାନୁଷ୍ଠାନ ମଙ୍ଗଳବାର ସମ୍ପୂର୍ଣ୍ଣ ଛୁଟି ରହିବ । ଆଜି ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବା ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି ।

Advertisment

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବିଜ୍ଞପ୍ତି ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ ହେବାକୁ ଥିବା ‘ସୁଭଦ୍ରା’ ଯୋଜନା ଉପଲକ୍ଷେ ରାଜ୍ୟ ସରକାର ଆସନ୍ତା ୧୭ତାରିଖ(ମଙ୍ଗଳବାର) ଦିନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ ଓ ରାଜସ୍ୱ ଏବଂ ମାଜିଷ୍ଟେରିଆଲ କୋର୍ଟ(କାର୍ଯ୍ୟନିର୍ବାହୀ)କୁ ଛୁଟି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ । ଏଥିପାଇଁ ଭୁବନେଶ୍ୱରର ସମସ୍ତ ସ୍କୁଲ ଓ କଲେଜଗୁଡ଼ିକୁ ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଛି । ସରକାରୀ ଅଫିସଗୁଡ଼ିକ ମଙ୍ଗଳବାର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି ।

Advertisment

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦି ନିଜ ଜନ୍ମଦିନରେ ଅର୍ଥାତ୍ ଆସନ୍ତା ୧୭ତାରିଖରେ ଓଡ଼ିଶା ଗସ୍ତରେ ଆସି ରାଜ୍ୟର ବିଜେପି ସରକାରଙ୍କ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ । ଏହାସହିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ର ୧୦ଲକ୍ଷ ହିତାଧିକାରୀଙ୍କୁ ‘ଘର ମଞ୍ଜୁରୀ ପତ୍ର’, ୨୬ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ବଂଟନ ସହ ‘ଆବାସ+ ୨୦୨୪’ର ଆପ୍ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାରେ ଦିନ ୧୧ଟା ୩୫ମିନିଟରେ ପହଂଚି ପ୍ରାୟ ସାଢ଼େ ୩ଘଣ୍ଟା ରହିବାର କାର୍ଯ୍ୟକ୍ରମ ରହିଛି । ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାଇଁ ଜନତା ମଇଦାନରେ ବିଶାଳ ମହିଳା ସମାବେଶର ଆୟୋଜନ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe