Advertisment

କାଲି କନ୍ଧମାଳ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ

ଭୀଷଣ ବାତ୍ୟା ‘ଦାନା’ ଆଜି ମଧ୍ୟରାତ୍ରରୁ ଆସନ୍ତାକାଲି ସକାଳ ମଧ୍ୟରେ ଭିତରକନିକାରୁ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରାଯାଇଛି।

Cyclone

Cyclone

Advertisment

ଆସନ୍ତାକାଲି କନ୍ଧମାଳ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ବନ୍ଦ ରହିବ। ଏନେଇ ଆଜି ଜିଲ୍ଲାର ସମସ୍ତ ବିଇଓ, ପ୍ରଧାନଶିକ୍ଷକମାନଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ।

Advertisment

ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ସମସ୍ତ ସ୍କୁଲଗୁଡ଼ିକୁ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରାଯାଇଛି। ପ୍ରତିଷେଧମୂଳକ ପଦକ୍ଷେପ ସ୍ୱରୂପ ଏହି ନିଷ୍ପତ୍ତି ନିଆଯାଇଛି।

ଭୀଷଣ ବାତ୍ୟା ‘ଦାନା’ ଆଜି ମଧ୍ୟରାତ୍ରରୁ ଆସନ୍ତାକାଲି ସକାଳ ମଧ୍ୟରେ ଭିତରକନିକାରୁ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ପବନ ଜାରି ରହିଛି। ‘ଦାନା’ ପ୍ରଭାବରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଯାଜପୁର, ବାଲେଶ୍ୱର ଓ ମୟୁରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାର କିଛି କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ନୟାଗଡ଼ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ତା’ ମଧ୍ୟରେ କନ୍ଧମାଳ ମଧ୍ୟ ରହିଛି। ୟେଲୋ ୱାର୍ଣ୍ଣିଂ ପାଇଥିବା ଅନ୍ୟ ଜିଲ୍ଲାଗୁଡ଼ିକ ହେଉଛନ୍ତି ଗଞ୍ଜାମ, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କନ୍ଧମାଳ।

Advertisment

ସୂଚନାଯୋଗ୍ୟ, ବାତ୍ୟା ‘ଦାନା’ ଦ୍ୱାରା ପ୍ରଭାବିତ ହେବାର ସମ୍ଭାବନା ଥିବାରୁ ଗତ ୨୧ ତାରିଖରେ ରାଜ୍ୟ ସରକାର ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକୁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଥିଲେ।

Cyclone Dana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe