Advertisment

ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି

ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

author-image
Jitendra Garnayak
School

School

ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତାକାଲି ବନ୍ଦ ରହିବ ସମସ୍ତ ସ୍କୁଲ୍‌। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହାକୁ ଦୃଷ୍ଟି ରଖି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି।

Advertisment

ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରି ଉତ୍ତରପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ବାଂଲାଦେଶ ଉପକୂଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଗତି କରି ଆସନ୍ତାକାଲି ସୁଦ୍ଧା ପଶ୍ଚିମ ବଙ୍ଗ ଉପକୂଳ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଏବଂ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି।

ମୟୂରଭଞ୍ଜ ଜିଲ୍ଲାକୁ ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ୧୫ ତାରିଖ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain