Advertisment

ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲା CBSE

ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ସିବିଏସ୍ଇ ବୋର୍ଡ ପରୀକ୍ଷା 2025 ଫେବୃଆରୀ 15ରୁ ଆରମ୍ଭ ହେବ। ସିବିଏସ୍ଇ ଏହାର ଆଧିକାରୀକ ୱେବସାଇଟ୍ 'cbse.gov.in'ରେ ପରୀକ୍ଷା ସୂଚୀ ପ୍ରକାଶ କରିଛି।

Symbolic Image

Symbolic Image

Advertisment

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛି। ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା 2025 ଫେବୃଆରୀ 15ରୁ ଆରମ୍ଭ ହେବ। ସିବିଏସ୍ଇ ଏହାର ଆଧିକାରୀକ ୱେବସାଇଟ୍ 'cbse.gov.in'ରେ ପରୀକ୍ଷା ସୂଚୀ ପ୍ରକାଶ କରିଛି। ବିଦ୍ୟାଳୟ ଗୁଡ଼ିକୁ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ତାଲିକା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡରେ ଦାଖଲ କରିବାକୁ କୁହାଯାଇଛି।

Advertisment

ଫେବୃଆରୀ 15ରୁ ଆରମ୍ଭ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା 18 ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନ ଇଂରାଜୀ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ସେହିଭଳି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଏପ୍ରିଲ 4 ପର୍ଯ୍ୟନ୍ତ ଜାରି ରହିବ। ଦ୍ୱାଦଶ ଶ୍ରେଣୀ ପାଇଁ ଇଣ୍ଟରପ୍ରେନ୍ୟୋରଶିପ ପରୀକ୍ଷା ଫେବୃଆରୀ 15ରେ ଅନୁଷ୍ଠିତ ହେବାକୁ ଥିବାବେଳେ ଫେବୃଆରୀ 17ରୁ ବିଷୟ-ନିର୍ଦ୍ଦିଷ୍ଟ ପରୀକ୍ଷା ଆରମ୍ଭ ହେବ।

ସିବିଏସ୍ଇ ବିଭିନ୍ନ ନିର୍ଦ୍ଦେଶାବଳୀ ଜାରି କରିଛି, ଯେଉଁଥିରେ ସବଜେକ୍ଟ କୋଡ୍, କ୍ଲାସ ସ୍ପେସିଫିକେଶନ, ଥିଓରୀ ଏବଂ ପ୍ରାକ୍ଟିକାଲ ପାଇଁ ସର୍ବାଧିକ ମାର୍କ, ପ୍ରୋଜେକ୍ଟ ୱାର୍କ, ଇଣ୍ଟରନାଲ ଆସେସମେଣ୍ଟ ଭଳି ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ପରୀକ୍ଷାଗୁଡ଼ିକୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ବିଦ୍ୟାଳୟଗୁଡ଼ିକୁ ବିଭିନ୍ନ ନିର୍ଦ୍ଦେଶାବଳୀକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Advertisment
CBSE Board Exam CBSE Exam Date
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe