Advertisment

ଯୁକ୍ତ ଦୁଇ ପରୀକ୍ଷା; ନଭେମ୍ବର ୧୫ ସୁଦ୍ଧା ସିସିଟିଭି ନ ଲଗାଇଲେ ବାତିଲ ହେବ ପରୀକ୍ଷା କେନ୍ଦ୍ର ମାନ୍ୟତା

ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ବାକୁ  ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।

Exam

Exam

Advertisment

ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ବାକୁ  ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା’ ରିପୋର୍ଟ ବି ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି।  

Advertisment

୨୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଫାଇନାଲ୍ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା’ପୂର୍ବରୁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ପରୀକ୍ଷା ସ୍ୱଚ୍ଛ ଓ ସହଜ କରିବାକୁ ପରିଚାଳନା ହବ୍, ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଫିସ୍, ଏକଜାମ୍ ହଲ୍ ସହ ସେଲ୍ଫ ଫାଇନାଲିଂ କଲେଜର ସମସ୍ତ ଲାବରେଟୋରିରେ ବି ସିସିଟିଭି ଲଗାଇବାକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଶିକ୍ଷାନୁଷ୍ଠାନ ଧାର୍ଯ୍ୟ ସମୟରେ ନିର୍ଦ୍ଦେଶ ଅନୁପାଳନ ନ କରିବେ ସେଠି ଉଭୟ ଥିଓରୀ ଓ ପ୍ରାକ୍ଟିକାଲ ପରୀକ୍ଷା ବାତିଲ୍ କରାଯିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯିବାକୁ ନିଷ୍ପତ୍ତି ହୋଇଛି।

Advertisment
Students Plus Two Exam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe