Advertisment

‘ମେ’ ୧୫ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ’

ନିର୍ବାଚନକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ଭିତରେ ରେଜଲ୍ଟ ବାହାର କରିବୁ ବୋଲି  CHSE ପରୀକ୍ଷା ନିୟନ୍ତ୍ରକ ଆଜି ଏହି ସୂଚନା ଦେଇଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
student

student

ମେ’ ୧୫ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ।  ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ। ଆଜି ଏହି ସୂଚନା ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ। ନିର୍ବାଚନକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ଭିତରେ ରେଜଲ୍ଟ ବାହାର କରାଯିବ ବୋଲି CHSE ପରୀକ୍ଷା ନିୟନ୍ତ୍ରକ କହିଛନ୍ତି। 

Advertisment

ସେ କହିଛନ୍ତି, ମାର୍ଚ୍ଚ ୨୦ ତାରିଖରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପରୀକ୍ଷା ସରିବ। ପରୀକ୍ଷା ସରିବାର ଦୁଇ ଦିନ ପରେ କିମ୍ବା ମାର୍ଚ୍ଚ ୨୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ମାର୍ଚ୍ଚ ୨୨ତାରିଖରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ।ସେହିପରି ଏପ୍ରିଲ ୪ରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ହେବ।

ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଅନ୍‌ଲାଇନ ଓ ଅଫ୍‌ଲାଇନରେ ଖାତାଦେଖା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟ ଅନ୍‌ଲାଇନରେ ଖାତାଦେଖା ହେବ। ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍‌ଲାଇନରେ ହେବ। ଚଳିତ ବର୍ଷ ଖାତା ଦେଖାରେ ପ୍ରାୟ ୧୫ ହଜାର ଅଧ୍ୟାପକ ଓ ଅଧ୍ୟାପିକା ସାମିଲ ହେବେ ବୋଲି CHSE ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। 

Advertisment

ସୂଚନାଯୋଗ୍ୟ, ଫେବ୍ରୁଆରୀ,୧୬ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। 

Plus 2 Result