Advertisment

ବଢ଼ିଲା ଗଣ ଶିକ୍ଷକଙ୍କ ଦରମା

OTET ପାସ୍ କରିଥିବା ସହକାରୀ ଶିକ୍ଷକଙ୍କୁ ବାର୍ଷିକ ଇନକ୍ରିମେଣ୍ଟ ଦିଆଯିବାକୁ ଘୋଷଣା କରିଛନ୍ତି ସରକାର।

ଅଦ୍ୟତନ ହୋଇଛି
Gana Sikhyaks

Gana Sikhyaks

Advertisment

ବଢ଼ିଛି ଗଣ ଶିକ୍ଷକଙ୍କ ଦରମା। OTET ପାସ୍ କରିନଥିବା ଗଣ ଶିକ୍ଷକଙ୍କ ପାରିଶ୍ରମିକକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମାସିକ ଦରମା ୭ ହଜାରରୁ ୧୦ ହଜାରକୁ ବଢ଼ାଯାଇଛି।
ଖାଲି ଏତିକି ନୁହେଁ OTET ପାସ୍ କରିଥିବା ଗଣଶିକ୍ଷକମାନେ ନିୟମିତ ହେବେ।

Advertisment

Med ଶିକ୍ଷକ ଭାବେ ନିୟମିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। OTET ପାସ୍ କରିଥିବା ସହକାରୀ ଶିକ୍ଷକଙ୍କୁ ବାର୍ଷିକ ଇନକ୍ରିମେଣ୍ଟ ବି ଦିଆଯିବାକୁ ଘୋଷଣା କରିଛନ୍ତି। ଏହାପରେ ରାଜ୍ୟର ମୋଟ୍ ୧୨ ହଜାର ୧୧୩ ଗଣଶିକ୍ଷକ ଏହି ନିଷ୍ପତ୍ତିର ଫାଇଦା ପାଇବେ।

ଗଣ ଶିକ୍ଷକମାନେ ଦରମା ବୃଦ୍ଧି ସହ ଅନେକ ଦାବି ନେଇ ରାଜଧାନୀ ରାଜରାସ୍ତାରେ ମାସ ମାସ ଧରି ଧାରଣା ଦେଇଥିଲେ। ବହୁ ବର୍ଷ ଧରି ଏନେଇ ଦାବି ବି କରି ଆସୁଥିଲେ। ତେବେ ନିର୍ବାଚନ ପୂର୍ବରୁ ଗଣ ଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି ରାଜ୍ୟ ସରକାର। 

Advertisment
Odisha Government Teachers Gana Sikhyak
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe