Advertisment

ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଉଚ୍ଚଶିକ୍ଷା ବିଭାଗ ଦେଲା ଏହି କଡ଼ା ନିର୍ଦ୍ଦେଶ

କର୍ମଶାଳା ଆୟୋଜନର ସବିସ୍ତୃତ ବିବରଣୀ ଆସନ୍ତା ୩ ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବା ନିମନ୍ତେ ଚିଠିରେ ଉଲ୍ଲେଖ କରାଯାଇଛି।

ଅଦ୍ୟତନ ହୋଇଛି
College Students

College Students

Advertisment

ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଏବଂ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଚିଠି କରାଯାଇଛି।

Advertisment

ଏଥିସହ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କରାଯାଇଥିବା ଏହି ଚିଠିରେ କାର୍ଯ୍ୟସ୍ଥଳରେ ମହିଳାଙ୍କ ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର ) ଅଧିନିୟମ, ୨୦୧୩ (POSH Act, 2013) ଏବଂ ଏହି ସମ୍ବନ୍ଧରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀକୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କଡ଼ାକଡ଼ି ଭାବେ ପାଳନ କରିବା ସହ ଏହି ସମ୍ବନ୍ଧୀୟ ସଚେତନତା କର୍ମଶାଳା ଆୟୋଜନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଉକ୍ତ କର୍ମଶାଳାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ, ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଦସ୍ୟମାନେ ଯୋଗଦେବେ ଏବଂ POSH Act, 2013 ର ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଶପଥ ନେବେ। କର୍ମଶାଳା ଆୟୋଜନର ସବିସ୍ତୃତ ବିବରଣୀ ଆସନ୍ତା ୩ ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବା ନିମନ୍ତେ ଚିଠିରେ ଉଲ୍ଲେଖ କରାଯାଇଛି।

Advertisment

ବାଲେଶ୍ୱରର ଏଫ୍‌ଏମ୍ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଶିକ୍ଷା ବିଭାଗ ମୁଖ୍ୟଙ୍କ ମାନସିକ ନିର୍ଯାତନା ସହିନପାରି ଜଣେ ଛାତ୍ରୀ ଆତ୍ମାହୁତି ଦେବା ପରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହି ପ୍ରସଙ୍ଗକୁ ନେଇ ରାଜ୍ୟର ରାଜନୀତିକ ବାତାବରଣ ଉଷ୍ମ ଥିବା ବେଳେ ଗତକାଲି ସମ୍ବଲପୁର ସ୍ଥିତ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ଜଣେ ସହକାରୀ ଅଧ୍ୟାପକଙ୍କୁ ଗିରଫ କରିଛି ମହିଳା ଥାନା ପୁଲିସ। ବିବାହାର ମିଛ ପ୍ରତିଶ୍ରୁତି ଦେଇ ଜଣେ ଛାତ୍ରୀଙ୍କ ସହିତ ସେ ଶାରୀରିକ ସମ୍ପର୍କ ରଖିଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ମନା କରିଦେଇଥିଲେ। ପ୍ରତାରଣାର ଶିକାର ହେବା ପରେ ଉକ୍ତ ଛାତ୍ରୀ ଜଣଙ୍କ ଗତ ବୁଧବାର ସମ୍ବଲପୁର ମହିଳା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହା ପରେ ପୁଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ସହକାରୀ ଅଧ୍ୟାପକଙ୍କୁ ଗିରଫ କରିଥିଲା। ପରେ ତାଙ୍କୁ ନିଲମ୍ବନ ମଧ୍ୟ କରାଯାଇଥିଲା। 

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe